ବିଜେଡି ସରକାର ୨୪ ବର୍ଷରୁ ଅଧିକ ସମୟ ଧରି ଶାସନ କରୁଥିଲେ। ଆଜିଠାରୁ ମୋହନ ମାଝୀଙ୍କ ନେତୃତ୍ବରେ ବିଜେପି ସରକାରର ଶାସନ ଆରମ୍ଭ ହୋଇଛି। ଆଜି ନୂଆ ସରକାରଙ୍କ ଶପଥ ଗ୍ରହଣ ଉତ୍ସବରେ ବିଦାୟୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇଥିଲେ। ଏହା ବେଶ୍ ଚର୍ଚ୍ଚାର ବିଷୟ ହୋଇଥିଲା।ଆଜି ପୂର୍ବାହ୍ନରେ ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନବୀନ ନିବାସ ଯାଇ ନବୀନଙ୍କୁ ଶପଥ ଗ୍ରହଣ ଉତ୍ସବକୁ ନିମନ୍ତ୍ରଣ କରିଥିଲେ। ଶ୍ରୀ ମାଝୀ ପହଞ୍ଚିଲା ପରେ ପୋର୍ଟିକୋ ନିକଟରେ ନବୀନ ତାଙ୍କୁ ସ୍ବାଗତ କରିଥିଲେ। ଏହାପରେ ଘର ଭିତରେ ଉଭୟ କିଛି ସମୟ ଆଲୋଚନା କରିଥିଲେ। ଶପଥ ଉତ୍ସବକୁ ଯିବେ ବୋଲି ନବୀନ ସମ୍ମତି ଦେଇଥିଲେ। ଶପଥ ଗ୍ରହଣ କାର୍ଯ୍ୟକ୍ରମ ଆରମ୍ଭ ହେବାର ଠିକ୍ ପୂର୍ବରୁ ନବୀନ ଜନତା ମଇଦାନରେ ପହଞ୍ଚି ଯାଇଥିଲେ। କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କୁ ମଞ୍ଚ ଉପରେ ସ୍ବାଗତ କରିଥିଲେ। ମଞ୍ଚରେ ଉପସ୍ଥିତ ଥିବା ସବୁ କେନ୍ଦ୍ର ମନ୍ତ୍ରୀ, ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ବିଜେପିର କର୍ମକର୍ତ୍ତାମାନେ ଠିଆ ହୋଇ ତାଙ୍କୁ ସ୍ବାଗତ କରିଥିଲେ। କେନ୍ଦ୍ର ମନ୍ତ୍ରୀମାନଙ୍କ ସହ ନବୀନ ହାତ ମିଳାଇ କିଛି ସମୟ କଥା ହୋଇଥିଲେ। ତାହାପରେ ସେ ତାଙ୍କ ପାଇଁ ଉଦ୍ଦିଷ୍ଟ ଆସନରେ ଯାଇ ବସିଥିଲେ। ଶପଥ ଗ୍ରହଣ ଉତ୍ସବ ପରେ ନୂଆ ମୁଖ୍ୟମନ୍ତ୍ରୀ ଓ ଅନ୍ୟ ମନ୍ତ୍ରୀମାନେ ତାଙ୍କୁ ସେଠାରେ ନମସ୍କାର କରିଥିଲେ। ସେ ସମସ୍ତଙ୍କୁ ପ୍ରତି ନମସ୍କାର ଜଣାଇ ଶୁଭେଚ୍ଛା ଜଣାଇଥିଲେ।ଶପଥ ଗ୍ରହଣ ପରେ ମଞ୍ଚ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ନବୀନ ପଟ୍ଟନାୟକ ପରସ୍ପର ମଧ୍ୟରେ କିଛି ସମୟ କଥା ହୋଇଥିଲେ। ଉଭୟ ପରସ୍ପରକୁ ବେଶ୍ ସମ୍ମାନ ଜଣାଇ କଥା ହେଉଥିବାର ଦେଖିବାକୁ ମିଳିଥିଲା।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Prev Post
Next Post