କୁଏତର ଦକ୍ଷିଣ ମଙ୍ଗାଫ ଜିଲାରେ ଥିବା ଏକ ଅଟ୍ଟାଳିକା(ଲେବର କ୍ୟାମ୍ପ)ରେ ବୁଧବାର ଭୟଙ୍କର ନିଆଁ ଲାଗିଛି। ଏଯାବତ ଏଥିରେ ୪୦ ଭାରତୀୟଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ସେହିଭଳି ୩୦ ଭାରତୀୟ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି। ପ୍ରାୟ ୯୦ ଭାରତୀୟଙ୍କୁ ଉଦ୍ଧାର କରାଯାଇଛି। ଘଟଣା ପରେ କୁଏତର ଗୃହମନ୍ତ୍ରୀ ଶେଖ ଫହାଦ ଅଲ ୟୁସୁଫ ଅଲ ସବାହ ଅଟ୍ଟାଳିକାର ମାଲିକଙ୍କୁ ଗିରଫ କରିବାକୁ ଆଦେଶ ଦେଇଛନ୍ତି। ଏହାକୁ ନେଇ ଭାରତୀୟ ଦୂତାବାସ ପକ୍ଷରୁ ହେଲ୍ପଲାଇନ୍ ନମ୍ବର, ମେଲ୍ ଆଇଡି ଜାରି କରାଯାଇଛି। ଏହା ମାଧ୍ୟମରେ ପୀଡ଼ିତଙ୍କ ପରିବାର କୁଏତରେ ଥିବା ଭାରତୀୟ ଦୂତାବାସ ସହ ଯୋଗାଯୋଗ କରିପାରିବେ।ଦୁର୍ଘଟଣା ସମ୍ପର୍କରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟଶଙ୍କର ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ପୋଷ୍ଟ କରିଛନ୍ତି। ଏଥିରେ ସେ ଲେଖିଛନ୍ତି ଯେ, ଅଗ୍ନିକାଣ୍ଡ ଘଟଣା ଶୁଣି ଅତ୍ୟନ୍ତ ମର୍ମାହତ। ୪୦ରୁ ଅଧିକ ମୃତ୍ୟୁ ହୋଇଛି। ୫୦ରୁ ଅଧିକ ଲୋକଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆମର ରାଷ୍ଟ୍ରଦୂତ ପୀଡ଼ିତଙ୍କୁ ଭେଟିଛନ୍ତି। ଯେଉଁମାନେ ପ୍ରାଣ ହରାଇଛନ୍ତି ସେମାନଙ୍କ ପରିବାରପ୍ରତି ଗଭୀର ସମବେଦନା।
Trending
- କାଳ ବୈଶାଖି ପରେ ରାଜ୍ୟରେ ଉପରମୁହାଁ ପାରଦ
- ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ନକ୍ସଲ ନିପାତ
- ୪ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଆମେରିକାର ଉପରାଷ୍ଟ୍ରପତି
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି
- ଆସନ୍ତାକାଲି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର
- ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ
- ଶୁଭମନ ଗିଲଙ୍କ ଉପରେ ଲାଗିଲା ଜୋରିମାନା
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
Prev Post
Next Post