କୁଏତର ଦକ୍ଷିଣ ମଙ୍ଗାଫ ଜିଲାରେ ଥିବା ଏକ ଅଟ୍ଟାଳିକା(ଲେବର କ୍ୟାମ୍ପ)ରେ ବୁଧବାର ଭୟଙ୍କର ନିଆଁ ଲାଗିଛି। ଏଯାବତ ଏଥିରେ ୪୦ ଭାରତୀୟଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ସେହିଭଳି ୩୦ ଭାରତୀୟ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି। ପ୍ରାୟ ୯୦ ଭାରତୀୟଙ୍କୁ ଉଦ୍ଧାର କରାଯାଇଛି। ଘଟଣା ପରେ କୁଏତର ଗୃହମନ୍ତ୍ରୀ ଶେଖ ଫହାଦ ଅଲ ୟୁସୁଫ ଅଲ ସବାହ ଅଟ୍ଟାଳିକାର ମାଲିକଙ୍କୁ ଗିରଫ କରିବାକୁ ଆଦେଶ ଦେଇଛନ୍ତି। ଏହାକୁ ନେଇ ଭାରତୀୟ ଦୂତାବାସ ପକ୍ଷରୁ ହେଲ୍ପଲାଇନ୍ ନମ୍ବର, ମେଲ୍ ଆଇଡି ଜାରି କରାଯାଇଛି। ଏହା ମାଧ୍ୟମରେ ପୀଡ଼ିତଙ୍କ ପରିବାର କୁଏତରେ ଥିବା ଭାରତୀୟ ଦୂତାବାସ ସହ ଯୋଗାଯୋଗ କରିପାରିବେ।ଦୁର୍ଘଟଣା ସମ୍ପର୍କରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟଶଙ୍କର ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ପୋଷ୍ଟ କରିଛନ୍ତି। ଏଥିରେ ସେ ଲେଖିଛନ୍ତି ଯେ, ଅଗ୍ନିକାଣ୍ଡ ଘଟଣା ଶୁଣି ଅତ୍ୟନ୍ତ ମର୍ମାହତ। ୪୦ରୁ ଅଧିକ ମୃତ୍ୟୁ ହୋଇଛି। ୫୦ରୁ ଅଧିକ ଲୋକଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆମର ରାଷ୍ଟ୍ରଦୂତ ପୀଡ଼ିତଙ୍କୁ ଭେଟିଛନ୍ତି। ଯେଉଁମାନେ ପ୍ରାଣ ହରାଇଛନ୍ତି ସେମାନଙ୍କ ପରିବାରପ୍ରତି ଗଭୀର ସମବେଦନା।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post