କିଛି ମାସ ତଳେ ଓଡ଼ିଶା ସ୍ୱାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟ, ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ଓଡ଼ିଶା, ମାଧ୍ୟମିକ ଶିକ୍ଷା ପରିଷଦ (ବିଏସଇ) ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ଓଡ଼ିଶା ସ୍ୱାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟରେ ମୋଟ ୬୦ଟି, ସିଏଚଏସଇ ଓଡ଼ିଶାରେ ୨୮ଟି ଓ ବିଏସଇ ଓଡ଼ିଶାରେ ୨୦ଟି ଏପରି ଭାବେ ମୋଟ ୧୦୮ଟି ଜୁନିୟର ଆସିଷ୍ଟାଣ୍ଟ ପଦ ଖାଲି ରହିଥିଲା । ଏଥିପାଇଁ ମାର୍ଚ୍ଚ ୧୬ରୁ ଏପ୍ରିଲ ୧୫ ମଧ୍ୟରେ ଅନଲାଇନରେ ଆବେଦନ ଚାଲିଥିଲା ।ତେବେ ଏହା ମଧ୍ୟରେ ଜୁନିୟର ଆସିଷ୍ଟାଣ୍ଟ ପଦର ଲିଖିତ ପରୀକ୍ଷା ପାଇଁ ଆଡମିଟ୍ କାର୍ଡ ଜାରି କରାଯାଇଛି । ଜୁନ୍ ୧୯ରେ ହେବାକୁ ଥିବା ଲିଖିତ ପରୀକ୍ଷା ପାଇଁ ପ୍ରାର୍ଥୀମାନେ ରାଜ୍ୟ ଚୟନ ବୋର୍ଡ (ଏସଏସବି) ଓଡ଼ିଶା ୱେବସାଇଟକୁ ଯାଇ ନିଜ ନିଜର ଆଡମିଟ୍ କାର୍ଡ ଡାଉନଲୋଡ୍ କରିପାରିବେ । ଲିଖିତ ପରୀକ୍ଷା ଓ କମ୍ପ୍ୟୁଟର ଟେଷ୍ଟ ଜରିଆରେ ଯୋଗ୍ୟ ପ୍ରାର୍ଥୀଙ୍କୁ ଚୟନ କରାଯିବ । ପ୍ରାର୍ଥୀମାନେ ତଳେ ଦିଆଯାଇଥିବା ଲିଙ୍କକୁ ଯାଇ ଆଡମିଟ୍ କାର୍ଡ ଡାଉନଲୋଡ୍ କରିପାରିବେ ।
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
Next Post