ଶକ୍ତିଶାଳୀ ଭୂକମ୍ପ ଝଟ୍କାରେ ଥରିଲା ଇରାନ। ରିକ୍ଟର ସ୍କେଲରେ ଏହାର ତିବ୍ରତା ୪.୯ ରହିଥିଲା। ତେବେ ରଜାଭି ଖୋରାସାନ ପ୍ରଦେଶର କଶ୍ମୀର କାଉଣ୍ଟିଂରେ ମଙ୍ଗଳବାର ଭୂକମ୍ପ ଅନୁଭୂତ ହୋଇଥିଲା। ଏଥିରେ ଅତିକମ୍ରେ ୪ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୨୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଏନେଇ ସୂଚନା ମିଳିବା ପରେ ୫ ଟିମ୍ ସହ ସନ୍ଧାନୀ କୁକୁରମାନଙ୍କୁ ପଠାଯାଇଛି। ଏହାଛଡ଼ା ୬୦୦୦ କ୍ଷମତା ବିଶିଷ୍ଟ ଜରୁରୀକାଳୀନ ଆଶ୍ରୟସ୍ଥଳ ମଧ୍ୟ ନିର୍ମାଣ କରାଯାଉଛି।ଗଣମାଧ୍ୟମ ରିପୋର୍ଟ ମୁତାବକ, ଭୂକମ୍ପ ପରେ ୩୫ ଲୋକଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଭୂକମ୍ପ ଯୋଗୁ ସହରର କିଛି କୋଠା ସହ ରାସ୍ତା ଘାଟ କ୍ଷତିଗ୍ରସ୍ତ ହୋଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ଉଦ୍ଧାରକାରୀ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଡାକ୍ତରଖାନାରେ ପଠାଉଛି।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Prev Post
Next Post