ଧାଡ଼ିପହଣ୍ଡିରେ ଆସି ରତ୍ନବେଦୀ ଛାଡ଼ି ସ୍ନାନ ବେଦୀରେ ବିରାଜିଲେ ବଡ଼ଠାକୁର ବଳଭଦ୍ର। ଆଜି ଭୋର୍ ୫ଟାରୁ ଧାଡ଼ି ପହଣ୍ଡି ଆରମ୍ଭ ହୋଇଥିଲା। ତାଙ୍କ ପଛେ ପଛେ ଭଉଣୀ ସୁଭଦ୍ରା ଓ କାଳିଆ ସାଆନ୍ତ ଆସୁଛନ୍ତି। ମହାପ୍ରଭୁଙ୍କ ସ୍ନାନଯାତ୍ରା ପାଇଁ ଲୋକାରଣ୍ୟ ହୋଇଛି ବଡ଼ଦାଣ୍ଡ। ଆଜି ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ ଶ୍ରୀଜିଉ। କୋଟି କୋଟି ଭକ୍ତ ଦୁର୍ଲଭ ହାତୀବେଶକୁ ଅତି ନିକଟରୁ ଦର୍ଶନ କରିବେ।ନିର୍ଘଣ୍ଟ ନୀତି ଅନୁଯାୟୀ, ଶନିବାର ଭୋର୍ ସାଢ଼େ ୪ଟାରେ ମଙ୍ଗଳାର୍ପଣ ପରେ ୫ଟାରୁ ୭ଟା ଭିତରେ ଡୋର ଲାଗି ଓ ପୁଷ୍ପାଞ୍ଜଳି ହୋଇ ପହଣ୍ଡି ଆରମ୍ଭ ହୋଇଛି। ଧାଡ଼ି ପହଣ୍ଡିରେ ପ୍ରଥମେ ପ୍ରଭୁ ସୁଦର୍ଶନ, ପରେ ବଡ଼ଠାକୁର ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶେଷରେ ମହାପ୍ରଭୁ ଶ୍ରୀଜଗନ୍ନାଥ ସ୍ନାନବେଦିକୁ ବିଜେ କରିବେ। ପହଣ୍ଡି ଶେଷ ପରେ ପୂର୍ବାହ୍ନ ୯ଟା ୧୦ରେ ମଙ୍ଗଳଆଳତି ହେବ। ମଧ୍ୟାହ୍ନ ୧୨ଟା ୨୦ରୁ ଅପରାହ୍ନ ୧ଟା ୪୫ ଭିତରେ ଜଳବିଜେ, ପୂଜା ଓ ସ୍ନାନ ନୀତି ଅନୁଷ୍ଠିତ ହେବ। ଅପରାହ୍ନ ୩ଟାରେ ଗଜପତି ମହାରାଜା ଛେରା ପହଁରା କରିବାପରେ ଅପରାହ୍ନ ୩ଟା ୪୦ରେ ଗଜବେଶ ଆରମ୍ଭ ହେବ। ରାତି ସାଢ଼େ ୭ଟାରୁ ଭକ୍ତଙ୍କ ସାହାଣମେଲା ଦର୍ଶନ ଆରମ୍ଭ ହେବ। ରାତି ସାଢ଼େ ୧୦ଟାରେ ସାହାଣମେଲା ଦର୍ଶନ ବନ୍ଦ ପରେ ରାତି ୧୧ଟାରେ ବେଶ ଓଲାଗି ଓ ସାଢ଼େ ୧୧ଟାରେ ବାହୁଡ଼ା ପହଣ୍ଡି ଆରମ୍ଭ ହେବ। ଗୋଟି ପହଣ୍ଡିରେ ଚତୁର୍ଦ୍ଧାବିଗ୍ରହ ଅଣସର ପିଣ୍ଡିକୁ ବିଜେ କରିବେ। ବାହୁଡ଼ା ପହଣ୍ଡି ରାତି ୨ଟା ଭିତରେ ଶେଷ ହେବ। ପରେ ରାତି ସାଢ଼େ ୨ଟାରେ ସୁନା ଚିତା ଓ ରାହୁରେଖା ମଇଲମ ନୀତି ହେବ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି