ଆଜିଠାରୁ ଅଲାରନାଥ ପୀଠରେ ହେବ ଅନବସର ଦର୍ଶନ । ସମସ୍ତ ଭକ୍ତମାନେ ୧୩ ଦିନ ଧରି କରିପାରିବେ ଦର୍ଶନ । ଏଥିପାଇଁ ଚଳଚଞ୍ଚଳ ହୋଇ ଉଠିଛି ଅଲାରନାଥ ପୀଠ । ଶନିବାର ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ସ୍ନାନ ବେଦୀରେ ଦିବ୍ୟସ୍ନାନ ପରେ ଜ୍ୱରରେ ପୀଡ଼ିତ ହୋଇ ଅଣସର ପିଣ୍ଡିକୁ ବିଜେ କରିଛନ୍ତି । ଏହି ଅବସରରେ ଶ୍ରୀଆଲରନଥଙ୍କ ଦର୍ଶନ କଲେ ସମଫଳ ମିଳିଥାଏ ବୋଲି ଶ୍ରଦ୍ଧାଳୁଙ୍କ ବିଶ୍ୱାସ ରହିଛି । ଶାନ୍ତି ଶୃଙ୍ଖଳାରେ କିପରି ଶ୍ରୀ ଅଲାରନାଥଙ୍କ ଦର୍ଶନ ହୋଇପାରିବ ସେନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି ।ଏହି ଅନବସର ସମୟରେ ଶ୍ରୀଜିଉମାନେ ଶ୍ୱେତ ବସ୍ତ୍ର ଧାରଣ କରିବାର ବିଧି ରହିଥିବା ବେଳେ ତୁଳସୀ ମଧ୍ୟ ଲାଗି କରାଯାଇନଥାଏ । ଏହି ୧୩ ଦିନ ମହାପ୍ରଭୁଙ୍କୁ କେବଳ ଧଳା ଫୁଲ ଲାଗି କରାଯାଏ । ଏହା ସହ ମହାପ୍ରଭୁଙ୍କ ପାଖରେ ଚକଟା ଏବଂ ପଣା ଭୋଗ କରାଯିବାର ପରମ୍ପରା ରହିଛି । ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁ ଚତୁର୍ଦ୍ଧା ମୂର୍ତ୍ତିଙ୍କ ଦର୍ଶନ ନପାଇ ୧୩ ଦିନ ପଟ୍ଟିଦିଅଁଙ୍କୁ ଦର୍ଶନ କରିବେ । ଦଶାବତାର ଠାକୁରଙ୍କ ସମେତ ଶ୍ରୀ ବଳଭଦ୍ରଙ୍କ ସ୍ଥାନରେ ଅନନ୍ତ ବାସୁଦେବ, ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ବଦଳରେ ଅନନ୍ତ ନାରାୟଣ ଏବଂ ଦେବୀ ସୁଭଦ୍ରାଙ୍କ ବଦଳରେ ମା’ ଭୁବନେଶ୍ୱରୀ ପଟ୍ଟିଦିଅଁ ଭାବେ ପୂଜା ପାଇଥାନ୍ତି । ଦଇତାପତିମାନେ ଜ୍ୱରରେ ପୀଡ଼ିତ ମହାପ୍ରଭୁଙ୍କୁ ଗୁପ୍ତ ଉପଚାର ସହ ଗୁପ୍ତ ସେବା କରୁଛନ୍ତି ।
Trending
- ସାରା ଦେଶରେ ଜାଲି ଭୋଟର କାର୍ଡ ଯାଞ୍ଚ ହେବ
- ସୁଭଦ୍ରା ଯୋଜନା ଟଙ୍କା ମିଳୁନଥିଲେ ପୁଣି ଆବେଦନ କରିପାରିବେ
- ବିଜେଡି ଛାଡୁଛନ୍ତି ଅସନ୍ତୁଷ୍ଟ ବରିଷ୍ଠ ନେତା
- ଅସନ୍ତୁଷ୍ଟ ନେତାଙ୍କ ଉପରେ ବର୍ଷିଲେ ମନ୍ମଥ, ବିଜେଡିରେ ଗୋଷ୍ଠୀ କନ୍ଦଳ ତୀବ୍ର
- ୪ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍) ଅଧିକାରୀସ୍ତରରେ ଅଦଳବଦଳ
- ଆସୁଛି ଆଉ ଏକ ଲଘୁଚାପ
- ଭାରତର ନୂଆ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ୍ ଙ୍କ ରାଜନୈତିକ କ୍ୟାରିଅର୍ ସଂମ୍ପର୍କରେ ଜାଣନ୍ତୁ…..
- ମୋଦୀ ଯୁବା ମାରାଥନରେ ନିଶାମୁକ୍ତ ଭାରତର ବାର୍ତା ଦେବ ବିଜେପି ଯୁବମୋର୍ଚ୍ଚା
- ଉପରାଷ୍ଟ୍ରପତି ନିର୍ବାଚନ: ବିଜେଡି ସମଦୂରତା ରକ୍ଷାକରିବ
- ପୁଣି ବର୍ଷିଲେ ସୈାମ୍ୟ ରଞ୍ଜନ ପଟ୍ଟନାୟକ
Next Post