ଘଟଗାଁରେ ମା’ ତାରିଣୀଙ୍କୁ ଦର୍ଶନ ପରେ ଏହି ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମା’ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ପୂର୍ବରୁ ବିଜେଡି ସରକାର ୫୦ କୋଟି ଟଙ୍କା ଦେଇଥିଲେ । କିନ୍ତୁ ପୀଠର ବିକାଶ ପାଇଁ ଏହା ପର୍ଯ୍ୟାପ୍ତ ନୁହେଁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ନିଜ ଜିଲ୍ଲା କେନ୍ଦୁଝର ଗସ୍ତ କରିଛନ୍ତି । ଘଟଗାଁ ହାଇସ୍କୁଲ ପଡ଼ିଆରେ ପହଂଚିଥିଲେ ମୁଖ୍ୟମନ୍ତ୍ରୀ । ସେଠାରେ ଉପସ୍ଥିତ ଲୋକେ ତାଙ୍କୁ ସ୍ୱାଗତ ଜଣାଇଥିଲେ । ମୁଖ୍ୟମନ୍ତ୍ରୀ ମଧ୍ୟ ଚାଲି ଚାଲି ଯାଇ ବ୍ୟାରିକେଟ୍ ପାଖରେ ଥିବା ଲୋକଙ୍କୁ ଭେଟିଥିଲେ । ଏହା ପରେ ରୋଡ୍ ସୋ’ କରିଥିଲେ ମୁଖ୍ୟମନ୍ତ୍ରୀ । ରୋଡ୍ ସୋ’ କରି ମା’ ତାରିଣୀଙ୍କ ମନ୍ଦିର ପର୍ଯ୍ୟନ୍ତ ଯାଇଥିଲେ ମୋହନ ମାଝୀ । ରୋଡ୍ ସୋ’ ବେଳେ ରାସ୍ତାର ଦୁଇ ପାଖରେ ଥିବା ଲୋକଙ୍କୁ ଅଭିବାଦନ ଜଣାଇଥିଲେ ।
Trending
- ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ଦେବାଶିଷ ସାମନ୍ତରାୟ
- କନଷ୍ଟେବଳ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣା: ଆଜି NHRC ତଦନ୍ତର ଶେଷ ଦିନ
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
Prev Post