ଘଟଗାଁରେ ମା’ ତାରିଣୀଙ୍କୁ ଦର୍ଶନ ପରେ ଏହି ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମା’ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ପୂର୍ବରୁ ବିଜେଡି ସରକାର ୫୦ କୋଟି ଟଙ୍କା ଦେଇଥିଲେ । କିନ୍ତୁ ପୀଠର ବିକାଶ ପାଇଁ ଏହା ପର୍ଯ୍ୟାପ୍ତ ନୁହେଁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ନିଜ ଜିଲ୍ଲା କେନ୍ଦୁଝର ଗସ୍ତ କରିଛନ୍ତି । ଘଟଗାଁ ହାଇସ୍କୁଲ ପଡ଼ିଆରେ ପହଂଚିଥିଲେ ମୁଖ୍ୟମନ୍ତ୍ରୀ । ସେଠାରେ ଉପସ୍ଥିତ ଲୋକେ ତାଙ୍କୁ ସ୍ୱାଗତ ଜଣାଇଥିଲେ । ମୁଖ୍ୟମନ୍ତ୍ରୀ ମଧ୍ୟ ଚାଲି ଚାଲି ଯାଇ ବ୍ୟାରିକେଟ୍ ପାଖରେ ଥିବା ଲୋକଙ୍କୁ ଭେଟିଥିଲେ । ଏହା ପରେ ରୋଡ୍ ସୋ’ କରିଥିଲେ ମୁଖ୍ୟମନ୍ତ୍ରୀ । ରୋଡ୍ ସୋ’ କରି ମା’ ତାରିଣୀଙ୍କ ମନ୍ଦିର ପର୍ଯ୍ୟନ୍ତ ଯାଇଥିଲେ ମୋହନ ମାଝୀ । ରୋଡ୍ ସୋ’ ବେଳେ ରାସ୍ତାର ଦୁଇ ପାଖରେ ଥିବା ଲୋକଙ୍କୁ ଅଭିବାଦନ ଜଣାଇଥିଲେ ।
Trending
- ‘ଆପଣଙ୍କ ପୁଞ୍ଜୀ ଆପଣଙ୍କ ଅଧିକାର’ ସଚେତନତା ଅଭିଯାନ ଗାନ୍ଧୀନଗରରୁ ଶୁଭାରମ୍ଭ, ଉଦ୍ଘାଟନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
- 7-15 ବର୍ଷ ବୟସର ପିଲାଙ୍କ ପାଇଁ ଆଧାର ବାୟୋମେଟ୍ରିକ୍ ସଂଶୋଧନ ଦେୟ ଛାଡ଼ କଲା ୟୁଆଇଡିଏଆଇ
- 6 ବର୍ଷରେ ପ୍ରାୟ 17 କୋଟି ନିଯୁକ୍ତି ସୃଷ୍ଟି କରିଛି ଭାରତ
- ରାଜ୍ୟର ଦଶହରା ଦୁର୍ଗାମେଢ଼ଙ୍କୁ ୭ କୋଟି ୧ ଲକ୍ଷ ୪୦ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କଲେ ରାଜ୍ୟ ସରକାର
- ନକ୍ସଲବାଦୀମାନେ ଏବେ ସେମାନଙ୍କର ଅସ୍ତ୍ରଶସ୍ତ୍ର ଆତ୍ମସମର୍ପଣ କରିବାକୁ ପଡିବ – ଅମିତ ଶାହ
- ଚୌଦ୍ବାର ଜେଲ୍ରୁ ଦୁଇ ହାର୍ଡକୋର କଏଦୀ ଫେରାର
- ପେଶାୱରରେ ବୋମା ବିସ୍ପୋରଣ, ୯ ମୃତ
- ଟିକସ ହସ୍ତାନ୍ତର ବାବଦରେ ଓଡିଶାକୁ ଆଗୁଆ ୪୬୦୧ କୋଟି
- ସ୍ୱଦେଶୀ ପ୍ଲାଟଫର୍ମ ଏବଂ ସେବା ବ୍ୟବହାର ଦିଗରେ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ
- ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ , ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ
Prev Post