୧୯୯୦ ବ୍ୟାଚ୍ର ବରିଷ୍ଠ ଆଇଏଏସ୍ ହେଉଛନ୍ତି ମନୋଜ ଆହୁଜା । ଏବେ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ସଚିବ ଅଛନ୍ତି ମନୋଜ ଆହୁଜା । ମନୋଜଙ୍କୁ ଓଡ଼ିଶା ଫେରାଇବା ନେଇ କ୍ୟାବିନେଟ କମିଟିର ମଂଜୁରୀ ହୋଇଛି । ରାଜ୍ୟ ସରକାରଙ୍କ ଆବେଦନ ଆଧାରରେ ମଂଜୁରୀ ଦେଲା କ୍ୟାବିନେଟ ।ତେବେ ଆଗକୁ ସେ ତାଙ୍କର ଗୁରୁ ଦାୟିତ୍ୱକୁ ସୂଚାର ରୂପେ ତୁଲାଇବେ ବୋଲି ଆଶା ରହିଛି । କେନ୍ଦ୍ରୀୟ ଡେପୁଟେସନ୍ରେ ଥିବା ୧୯୯୦ ବ୍ୟାଚ୍ର ଆଇଏଏସ୍ ଅଧିକାରୀ ମନୋଜ ଆହୁଜା ଏବେ କେନ୍ଦ୍ର କୃଷି ମନ୍ତ୍ରଣାଳୟ ସଚିବ ଭାବେ କାର୍ଯ୍ୟ କରୁଛନ୍ତି। ତାଙ୍କୁ ଓଡ଼ିଶା ଫେରାଇ ଆଣିବା ପାଇଁ ରାଜ୍ୟ ସରକାର କରିଥିବା ଅନୁରୋଧକୁ କେନ୍ଦ୍ର ସରକାର ଗ୍ରହଣ କରିଛନ୍ତି। କ୍ୟାବିନେଟ୍ର ନିଯୁକ୍ତି ସଂକ୍ରାନ୍ତୀୟ କମିଟି ତାଙ୍କୁ ଓଡ଼ିଶା ଫେରିବା ପାଇଁ ଅନୁମତି ଦେଇଛି। ଏଥିସହିତ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ମନୋଜ ଆହୁଜା ଆସନ୍ତା ଡିସେମ୍ବର ମାସରେ ଅବସର ନେବେ। ଶ୍ରୀ ଆହୁଜାଙ୍କ ପତ୍ନୀ ୧୯୯୦ ବ୍ୟାଚ୍ ଆଇଏଏସ୍ ଅଧିକାରୀ ଆରତୀ ଆହୁଜା କେନ୍ଦ୍ରୀୟ ଡେପୁଟେସନ୍ରେ ଥିଲା ବେଳେ ଗତ ଫେବ୍ରୁଆରି ମାସରେ ଅବସର ନେଇସାରିଛନ୍ତି। ବର୍ତ୍ତମାନର ମୁଖ୍ୟଶାସନ ସଚିବ ପ୍ରଦୀପ କୁମାର ଜେନା ଆସନ୍ତା ୩୦ ତାରିଖରେ ଅବସର ନେଉଛନ୍ତି।
Trending
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
Next Post