ଶେୟାର ବଜାର କାରବାରରେ ଉଭୟ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ) ଏବଂ ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନ୍ଏସ୍ଇ) ନୂତନ ରେକର୍ଡ ସହ ସର୍ବୋଚ୍ଚ ସ୍ତରରେ ରହିଛନ୍ତି। ଏପରିକି ୩୦ ଶେୟାର ବିଶିଷ୍ଟ ବିଏସ୍ଇ ସେନ୍ସେକ୍ସ ଅଲ୍ ଟାଇମ ହାଇ ବା ସର୍ବୋଚ୍ଚ ସ୍ତର (୭୮,୬୭୪.୨୫ଅଙ୍କ)ରେ ପହଞ୍ଚତ୍ଥିଲାବେଳେ ଏନ୍ଏସ୍ଇ ନିଫ୍ଟି ମଧ୍ୟ ନୂତନ ରେକର୍ଡ ସହ ୨୪,୦୦୦ (୨୩,୮୬୮.୮୦)ଅଙ୍କର ନିକଟବର୍ତ୍ତୀ ହୋଇଛି ଉଲ୍ଲେଖଯୋଗ୍ୟ, ବୁଧବାର ଏନ୍ଏସ୍ଇର ନିଫ୍ଟି ୫୦ର କାରବାର ପ୍ରାରମ୍ଭରେ ସର୍ବୋଚ୍ଚ ଅଙ୍କ ଛୁଲଁଥିଲାବେଳେ ଶେଷ ବେଳକୁ ୨୩,୮୬୮.୮୦ ଅଙ୍କରେ କାରବାର ବନ୍ଦ କରିଥିଲାବେଳେ ବିଏସ୍ଇ ସେନ୍ସେକ୍ସ କାରବାର ପ୍ରାରମ୍ଭରୁ ଶେଷ ପର୍ଯ୍ୟନ୍ତ ସବୁଜ ସ୍ତରରେ ରହିଥିଲାବେଳେ ପ୍ରାରମ୍ଭରେ ସେନ୍ସେକ୍ସ ଅଲ ଟାଇମ ହାଇ ପହଞ୍ଚତ୍ଥିଲାବେଳେ ୭୮,୬୭୪.୨୫ଅଙ୍କରେ କାରବାର ଶେଷ କରିଥିଲା। ସେହିଭଳି ବିଏସ୍ଇ ସେନ୍ସେକ୍ସର କାରବାର ୦.୯୦% ବୃଦ୍ଧି ଘଟିଥିବାବେଳେ ଏନ୍ଏସ୍ଇ ନିଫ୍ଟି ୫୦ରେ ମଧ୍ୟ ୦.୭୨ % ବୃଦ୍ଧି ହୋଇଛି। ଏପରିକି ବିଏସ୍ଇ ସ୍ମଲକ୍ୟାପ ଏବଂ ବିଏସ୍ଇ ମିଡ୍କ୍ୟାପ କାରବାର ସାମାନ୍ୟ ବୃଦ୍ଧି ପାଇଥିଲା। ଏପରିକି ନିଫ୍ଟି ମିଡ୍କ୍ୟାପ ୧୨୨.୭୫ ପଏଣ୍ଟ ବା ୦.୨୨% ହ୍ରାସ ପାଇଥିଲାବେଳେ ନିଫ୍ଟି ସ୍ମଲକ୍ୟାପ ୦.୯୦ ପଏଣ୍ଟ ବା ୦.୦୧% ବୃଦ୍ଧି ଘଟିଥିଲା। ଅପରପକ୍ଷରେ ନିଫ୍ଟି ବ୍ୟାଙ୍କିଙ୍ଗ୍ (ବ୍ୟାଙ୍କ)ର କାରବାର ସର୍ବୋଚ୍ଚ ସ୍ତର ଛୁଇଁଥିଲାବେଳେ କାରବାର ଶେଷ ସୁଦ୍ଧା ୨୬୪.୫୦ ପଏଣ୍ଟ ବୃଦ୍ଧି ବା ୦.୫୦% ବୃଦ୍ଧି ପାଇ ୫୩,୦୦୦ (୫୨,୮୭୦.୫୦ ଅଙ୍କ ) ଅଙ୍କ ନିକଟବର୍ତ୍ତୀ ହୋଇଥିଲା ବୋଲି ଶେୟାର ବଜାର ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି।ସେହିପରି ବିଏସ୍ଇ ସେନ୍ସେକ୍ସ ପଞ୍ଜୀକୃତ ନିବେଶକଙ୍କ ମଧ୍ୟରେ ରିଲାଏନ୍ସ ଇଣ୍ଡଷ୍ଟ୍ରି ଲିମିଟେଡ୍(ଆର୍ଆଇଏଲ୍) ସର୍ବାଧିକ ଲାଭବାନ୍ ହୋଇଥିଲାବେଳେ ଭାରତୀ ଏୟାରଟେଲ, ଅଲ୍ଟ୍ରାଟେକ୍ ସିମେଣ୍ଟ, ଆଇସିଆଇସିଆଇ ବ୍ୟାଙ୍କ, ମିଡିଆ, ଅଏଲ ଆଣ୍ଡ ଗ୍ୟାସ୍ ଭଳି ନିବେଶକମାନେ ମଧ୍ୟ ପ୍ରାୟ ଲାଭବାନ୍ ହୋଇଛନ୍ତି।
Trending
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ