ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସଏସସି) ଦ୍ୱାରା ପରିଚାଳିତ ହେଉଥିବା ଆସିଷ୍ଟାଣ୍ଟ ଟ୍ରେନିଂ ଅଫିସର ପଦର ପ୍ରିଲିମିନାରୀ ପରୀକ୍ଷାକୁ ନେଇ ଆସିଛି ଏକ ବଡ଼ ଅପଡେଟ୍ । ଜୁଲାଇ ମାସ ୭ ତାରିଖରେ ଏଟିଓ ପ୍ରିଲିମିନାରୀ ପରୀକ୍ଷା ହେବା ନେଇ ପୂର୍ବରୁ ଓଏସଏସସି ପକ୍ଷରୁ ଦିନ ଧାର୍ଯ୍ୟ ହୋଇଥିଲା । ମାତ୍ର ପରବର୍ତ୍ତୀ ସମୟରେ ନୂଆ ତାରିଖ ଘୋଷଣା କରାଯାଇ ଜୁଲାଇ ୧୪ରେ ପ୍ରିଲିମ୍ସ ହେବା ନେଇ ନିଷ୍ପତ୍ତି ନିଆଯାଇଥିଲା । ପ୍ରିଲିମ୍ସକୁ ନେଇ ଓଏସଏସସି ପକ୍ଷରୁ ପରୀକ୍ଷା ପ୍ରୋଗ୍ରାମ ଜାରି କରାଯାଇଛି ।ପ୍ରାର୍ଥୀମାନେ ଜୁଲାଇ ମାସ ୯ ତାରିଖ ପରଠାରୁ ସେମାନଙ୍କର ଆଡମିଟ୍ କାର୍ଡ ଡାଉନଲୋଡ୍ କରିପାରିବେ । ଗୋଟିଏ ଶିଟିରେ ପରୀକ୍ଷା ହେବ । ମୋଟ ୧୫୦ ମାର୍କର ପରୀକ୍ଷା କରାଯିବ । ସୂଚନାଯୋଗ୍ୟ ଯେ, ଗତ ମାର୍ଚ୍ଚ ମାସରେ ୨୫୦ଟି ଏଟିଓ ପଦ ପୂରଣ ପାଇଁ ଓଏସଏସସି ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଥିଲା । ଏନଟିସି / ଏନଏସି ଧାରୀଙ୍କ ପାଇଁ ୧୨୫ଟି ଓ ଡିପ୍ଲୋମା / ଡିଗ୍ରୀ ଧାରୀଙ୍କ ପାଇଁ ୧୨୫ଟି ପଦ ଖାଲି ରହିଥିଲା । ପ୍ରଥମ ପଦ ପାଇଁ ଶିକ୍ଷାଗତ ଯୋଗ୍ୟତା ଏନଟିସି / ଏନଏସି/ ଆଇଟିଆଇ ପାସ ୍ଓ ଦ୍ୱିତୀୟ ପଦ ପାଇଁ ପ୍ରାର୍ଥୀ ସର୍ବଭାରତୀୟ ବୈଷିୟକ ଶିକ୍ଷା ପରିଷଦ (ଏଆଇସିଟିଇ) ଦ୍ୱାରା ସ୍ୱୀକୃତିପ୍ରାପ୍ତ ଶିକ୍ଷାନୁଷ୍ଠାନ / ବୋର୍ଡ/ ୟୁନିଭରସିଟିରୁ ଡିପ୍ଲୋମା / ବି.ଇ/ ବି.ଟେକ ପାସ୍ ରହିଥିଲା । ଏପ୍ରିଲ ୧୪ରୁ ମେ ୧୫ ମଧ୍ୟରେ ଅନଲାଇନ୍ ପଞ୍ଜିକରଣ କରାଯାଇଥିଲା ।
Trending
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
Prev Post
Next Post