ଆଜିଠୁ ଦେଶରେ ଲାଗୁ ହେଲା ନୂଆ ଅପରାଧିକ ଆଇନ
ଆଜିଠୁ ଦେଶରେ ଲାଗୁ ହେଲା ନୂଆ ଅପରାଧିକ ଆଇନ । ଏଣିକି ଦଣ୍ଡ ନୁହେଁ ଜନତାଙ୍କୁ ନ୍ୟାୟ ଦେବା ଉପରେ କାର୍ଯ୍ୟ କରିବ ଦେଶର ନ୍ୟାୟ ବ୍ୟବସ୍ଥା । ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା ଓ ଭାରତୀୟ ସାକ୍ଷ୍ୟ ଅଧିନିୟମ, ଆଜି ମଧ୍ୟରାତ୍ରୀରୁ ଦେଶରେ ଏହି ୩ଟି ଆଇନ ଲାଗୁ କରାଯାଇଛି । ଏହା ବ୍ରିଟିଶ ଅମଳର ୩ଟି ଆଇନ ଭାରତୀୟ ପିଙ୍ଗଳ କୋଡର୍୍, କୋଡ୍ ଅଫ୍ କ୍ରିମିନାଲ ପ୍ରୋସିଜିଓର ଏବଂ ଭାରତୀୟ ପ୍ରମାଣ ଆଇନର ସ୍ଥାନ ନେଇଛି ।ନୂଆ ଆଇନରେ ଆଧୁନିକ ନ୍ୟାୟ ବ୍ୟବସ୍ଥା ଅଣାଯାଇଥିବା ବେଳେ ଏହାକୁ ପ୍ରଥମେ ନାଗରିକ, ପ୍ରଥମେ ସମ୍ମାନ ଓ ପ୍ରଥମେ ନ୍ୟାୟ ଭାବନାରେ ପ୍ରସ୍ତୁତ କରାଯାଇଛି । ଯେଉଁଥିରେ ଜିରୋ ଏଫଆଇଆର, ପୁଲିସ ଅଭିଯୋଗର ଅନଲାଇନ ପଂଜୀକରଣ, ଏସଏମଏସ ଭଳି ବୈଦୁତିକ ମାଧ୍ୟମରେ ସମନ ଏବଂ ସମସ୍ତ ଅପରାଧ ପାଇଁ ଅପରାଧ ଦୃଶ୍ୟର ବାଧ୍ୟତାମୂଳକ ଭିଡ଼ିଓଗ୍ରାଫି ଭଳି ବ୍ୟବସ୍ଥା ଅନ୍ତର୍ଭୁକ୍ତ କରାଯାଇଛି । ଏହି ଆଇନ ବ୍ୟବସ୍ଥାରେ ପ୍ରତ୍ୟେକ ପୀଡିତଙ୍କୁ ସୁନିଶ୍ଚିତ ନ୍ୟାୟ. ମହିଳା ଓ ଶିଶୁ ସୁରକ୍ଷାକୁ ପ୍ରାଧାନ୍ୟ, ତ୍ୱରିତ ନ୍ୟାୟ ପାଇଁ ସଠିକ ସମୟରେ ମାମଲାର ବିଚାର ଏବଂ ଡିଜିଟାଲ ପ୍ରମାଣ ଉପରେ ଗୁରୁତ୍ୱାରୋପ କରାଯାଇଛି ।