ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ଆଜିଠୁ ଦିନ ୧୧ଟାରୁ ଆରମ୍ଭ ହେବ ଅଭିଯୋଗର ଶୁଣାଣି
ଆଜିଠୁ ବସିବ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଜନତା ଦରବାର, ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ନିୟମିତ ଚାଲିବ ଅଭିଯୋଗର ଶୁଣାଣି । ସମସ୍ୟା ଶୁଣିବା ସହ ସମାଧାନ ଦିଗରେ ପଦକ୍ଷେପ ନେବେ ରାଜ୍ୟ ସରକାର । ଭୁବନେଶ୍ୱର ୟୁନିଟ୍-୫ରେ ଥିବା ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ଆଜିଠୁ ଜନଶୁଣାଣି ଆରମ୍ଭ ହେବାକୁ ଯାଉଛି । ଏହିଠାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଅଭିଯୋଗ ଶୁଣାଣି କରିବା ସହ ଏହାର ସମାଧାନ ପାଇଁ ମଧ୍ୟ ନିର୍ଦ୍ଦେଶ ଦେବେ ।ପ୍ରତ୍ୟେକ ଦିନ ୧୧ଟାରୁ ଅଭିଯୋଗ ଶୁଣାଣି ଆରମ୍ଭ ହେବାକୁ ଥିବା ବେଳେ ଏଥିପାଇଁ ସକାଳ ୯ଟାରୁ ଅଭିଯୋଗ ପ୍ରକୋଷ୍ଠରେ ପହଁଚି ପଂଜୀକରଣ କରିବାକୁ ପଡ଼ିବ । ଅଭିଯୋଗ ପ୍ରକୋଷ୍ଠ ବାହାରେ ବ୍ୟାରିକେଡ ପ୍ରସ୍ତୁତ କରାଯାଇଥିବା ବେଳେ ଏହିବାଟେ ଧାଡ଼ିରେ ଆସି ମୁଖ୍ୟମନ୍ତ୍ରୀଙ୍କୁ ସମସ୍ୟା ଜଣାଇବେ ଜନସାଧାରଣ ।