ରାହୁଲ-ମୋଦୀ ମୁହାଁମୁହିଁ

ବାଚସ୍ପତିଙ୍କୁ ବି ଟାର୍ଗେଟ କଲେ ବିରୋଧୀ

ଲୋକସଭାରେ ଆଜି ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ମନ୍ତବ୍ୟକୁ ନେଇ ପ୍ରବଳ ହଟ୍ଟଗୋଳ ହୋଇଛି। ରାହୁଲ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୁହାଁମୁହିଁ ହୋଇଛନ୍ତି। ଧର୍ମ ଓ ସମ୍ବିଧାନ ସଂପର୍କରେ ମନ୍ତବ୍ୟକୁ ନେଇ ରାହୁଲଙ୍କ ମୁକାବିଲା ଲାଗି ପ୍ରଧାନମନ୍ତ୍ରୀ ମୋଦୀ, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଏବଂ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଆଗକୁ ଆସିଥିଲେ। ରାହୁଲ ହିନ୍ଦୁ ଧର୍ମକୁ ଅପମାନିତ କରିଥିବାରୁ ସେ କ୍ଷମା ମାଗନ୍ତୁ ବୋଲି ସେମାନେ ଦାବି କରିଥିଲେ। ରାହୁଲ ତାଙ୍କ ଉଦ୍‌ବୋଧନରେ‌ ବାଚସ୍ପତି ଓମ୍ ବିର୍ଲାଙ୍କୁ ମଧ୍ୟ ଟାର୍ଗେଟ୍ କରିଥିଲେ। ରାହୁଲଙ୍କ ମନ୍ତବ୍ୟକୁ ବିରୋଧ କରି ଦୁଇ ଜଣ କେନ୍ଦ୍ର ମନ୍ତ୍ରୀ ଆଜି ବାଚସ୍ପତିଙ୍କୁ ଭେଟି କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।