ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସାହସିକତା ଏବଂ ବିରତ୍ୱ ପାଇଁ ଓଡ଼ିଆ ପୁଅ ତଥା ନୌସେନାରେ କାର୍ଯ୍ୟରତ ଲେଫ୍ଟନାଣ୍ଟ ବିମଳ ରଞ୍ଜନ ବେହେରାଙ୍କୁ ଶୌର୍ଯ୍ୟଚକ୍ର ସମ୍ମାନରେ ସମ୍ମାନ କରିଛନ୍ତି।୨୦୨୩ ମାର୍ଚ୍ଚ ୧୨ ତାରିଖ। ଓଏନ୍ଜିସି, ଇନ୍ଧନ ଉତ୍ପାଦନ ସଂରକ୍ଷଣ ଓ ଅଫଲୋଡିଂ ଜାହାଜରେ ଅପରେଶନାଲ ଏମର୍ଜେନ୍ସି ନେଇ ରିପୋର୍ଟ କରିଥିଲା। ଜାହାଜର ଇନ୍ଧନ ଉତ୍ତୋଳନ ବ୍ୟବସ୍ଥାରେ ମାଛଧରା ଜାଲ ଫସିଯିବାରୁ ହଠାତ୍ କାର୍ଯ୍ୟ ବନ୍ଦ କରିବାକୁ ପଡ଼ିଥିଲା । ଏନେଇ ଭାରତୀୟ ନୌସେନାର ସହାୟତା ଲୋଡା ଯାଇଥିଲା। ଲିଡ ଡାଇଭର ଭାବେ ନିର୍ଭୀକ ହୋଇ ଆଗକୁ ବଢ଼ିଥିଲେ ଲେଫ୍ଟେନାଣ୍ଟ ବିମଳ ରଞ୍ଜନ ବେହେରା ।ଯେଉଁଠି ଜାହାଜ ଫସିଥିଲା ସେଠାରେ କିଛି ଫୁଟ ଗଭୀରତା ପର୍ଯ୍ୟନ୍ତ ଡାଇଭିଂ କରିବା ଅତ୍ୟନ୍ତ ବିପଦପୂର୍ଣ୍ଣ ରହିଥିଲା। ତଥାପି ସେ ଅପରେଶନରେ ଯାଇ ଗଭୀର ଜଳରାଶିରେ ପ୍ରବେଶ କରିଥିଲେ । ସାହସିକତାର ସହ ୧୮ ଫୁଟ ତଳକୁ ସେ ଓହ୍ଲାଇଥିଲେ । ପାଣି ମାଡ଼ ବିନା ବିଶ୍ରାମରେ ସେ ଡାଇଭିଂ ଜାରି ରଖିଥିଲେ । ପ୍ରତିକୂଳ ପରିସ୍ଥିତିରେ ଫଳତାର ସହ ଜାହାର ଗୋଟିଏ ପାଶର୍ବରୁ ଅନ୍ୟ ପାଶର୍ବକୁ ୧୦୦ ଫୁଟ ପାର କରି ସେ ଟରେଷ୍ଟ ଏରିଆରେ ପହଞ୍ଚି ଥିଲେ।
Trending
- ଓଡ଼ିଶା ମଣ୍ଡପ ପାଇଁ ଭୁବନେଶ୍ବରର ଚନ୍ଦ୍ରଶେଖରପୁରରେ ଜାଗା ଚିହ୍ନଟ
- ଆମେ ପ୍ରତିଶ୍ରୃତି ଦେଇଥିବା ୨୧ଟି କାର୍ଯ୍ୟକ୍ରମ ମଧ୍ୟରୁ ଏକ ବର୍ଷ ଭିତରେ ୧୧ଟି କାର୍ଯ୍ୟକାରୀ କରିଛୁ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନିର୍ମାଣାଧୀନ ୬ ମହଲା କୋଠାରୁ ପଡ଼ି ଜଣେ ଶ୍ରମିକ ମୃତ
- ଯବାନଙ୍କ ଗୁଳିରେ 7 ମାଓବାଦୀ ଗିରଫ
- କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ,ଡାକ୍ତରଖାନାରେ ଭର୍ତ୍ତି
- 4 ଟି ପ୍ରସ୍ତାବ ବାଜିଲା କ୍ୟାବିନେଟ ମୋହର , ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜାନା କୁ ମିଳିଲା ଅନୁମୋଦନ
- ବିକଶିତ କୋଟିଆ ପାଇଁ ମାଷ୍ଟର ପ୍ଲାନ
- ରାଜ୍ୟରେ ଆଉ ୭ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ
- ଆଜି ରୁକ୍ମିଣୀ ହରଣ ଏକାଦଶୀ , ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୂ ଶ୍ରୀଜଗନ୍ନାଥଙ୍କ ବିବାହ ଉତ୍ସବ
- ବିଶ୍ଵର ସର୍ବୋଚ୍ଚ ସେତୁ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
Prev Post
Next Post