ସଭାପତି ନବୀନ ପଟ୍ଟନାୟକଙ୍କ ସ୍ୱାକ୍ଷରରେ ଜାରି ନିର୍ଦ୍ଦେଶ କ୍ରମେ ରାଜ୍ୟ ଓ ଜାତୀୟସ୍ତରୀୟ ନୂଆ ମୁଖପାତ୍ର ମଣ୍ଡଳୀ ଗଠନ କରାଯାଇଛି। ସନ୍ତୃପ୍ତ ମିଶ୍ରଙ୍କୁ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ରାଜନୈତିକ ସଚିବ ଭାବେ ଦାୟିତ୍ୱ ଦିଆଯାଇଥିବାବେଳେ ପ୍ରସନ୍ନ ଆଚାର୍ଯ୍ୟ, ପ୍ରମିଳା ମଲ୍ଲିକ, ଦେବୀ ମିଶ୍ର ପ୍ରମୁଖଙ୍କୁ ରାଜ୍ୟସ୍ତରୀୟ ମୁଖପାତ୍ର କରାଯାଇଛି।ସେହିପରି ମୋଟ ୧୪ ଜଣ ନେତା ହୋଇଛନ୍ତି ରାଜ୍ୟସ୍ତରୀୟ ମୁଖପାତ୍ର। ତା’ଛଡ଼ା ସନ୍ତୃପ୍ତ ମିଶ୍ର ଏବଂ କଳିକେଶ ସିଂଦେଓଙ୍କ ସମେତ ୬ ନେତାଙ୍କୁ ଜାତୀୟ ମୁଖପାତ୍ର ଭାବେ ଦାୟିତ୍ୱ ଦେଇଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ। ସେହିଭଳି ସୁକାନ୍ତ କୁମାର ପଣ୍ଡାଙ୍କୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କର ଜନସଂପର୍କ ଅଧିକାରୀ ଭାବେ ନିଯୁକ୍ତ କରାଯାଇଛି । ୫ ଜଣଙ୍କୁ ଦଳ ଜାତୀୟ ମୁଖପାତ୍ର ଭାବେ ଦଳ ଘୋଷଣା କରିଛି । ଡ. ସଂତୃପ୍ତ ମିଶ୍ର, କଳିକେଶ ନାରାୟଣ ସିଂଦେଓ, ଡ. ଅମର ପଟ୍ଟନାୟକ, ଡ. ସସ୍ମିତ ପାତ୍ର ଓ ପ୍ରଦୀପ କୁମାର ମାଝୀ ଜାତୀୟ ମୁଖପାତ୍ର ଭାବେ ଦାୟିତ୍ବ ତୁଲାଇବେ । ସେହିପରି ୧୪ ଜଣଙ୍କୁ ରାଜ୍ଯସ୍ତରୀୟ ମୁଖପାତ୍ର ଭାବେ ଦଳ ଦାୟିତ୍ବ ପ୍ରଦାନ କରିଛି । ସେମାନେ ହେଲେ ପ୍ରସନ୍ନ ଆଚାର୍ଯ୍ୟ, ପ୍ରମିଳା ମଲ୍ଲିକ, ଦେବୀ ପ୍ରସାଦ ମିଶ୍ର, ପ୍ରତାପ କୁମାର ଦେବ,ଡ. ଅରୁଣ କୁମାର ସାହୁ, କ୍ଯାପଟେନ ଦିବ୍ଯ ଶଙ୍କର ମିଶ୍ର, ଦେବୀ ରଞ୍ଜନ ତ୍ରିପାଠୀ, ଶ୍ରୀମୟୀ ମିଶ୍ର, ଲେଖାଶ୍ରୀ ସାମନ୍ତସିଂହାର, ସୁଦାମ ମାର୍ଣ୍ଡି, ସୁଲତା ଦେଓ, ରମେଶ ଚନ୍ଦ୍ର ମାଝୀ, ଭୃଗୁ ବକ୍ସିପାତ୍ର ଓ ଡ. ଲେନିନ ମହାନ୍ତି ।ବରିଷ୍ଠ ନେତା ପ୍ରତାପ ଜେନାଙ୍କୁ ବରିଷ୍ଠ ରାଜ୍ଯ ଗଣମାଧ୍ଯମ ସଂଯୋଜକ ଭାବେ ନିଯୁକ୍ତ ହୋଇଥିବାବେଳେ ସ୍ବୟଂ ପ୍ରକାଶ ମହାପାତ୍ର ସୋସିଆଲ ମିଡିଆ କୋର୍ଡିନେଟର ଭାବେ ନିଯୁକ୍ତ ହୋଇଛନ୍ତି । ଲେନିନ ମହାନ୍ତି ଓ ପ୍ରିୟବ୍ରତ ମାଝୀଙ୍କୁ ଗଣମାଧ୍ଯମ ସଂଯୋଜକ ଭାବେ ଦଳ ନିଯୁକ୍ତ କରିଛି ଦଳ ।
Trending
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ