ତିନି ରଥ ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିବା ପରେ ରଥ ଉପରେ ଆଜିର ଦୈନନ୍ଦିନ ନୀତି ସଂପନ୍ନ ହୋଇଛି। ରଥଟଣା ଦିନ ଆଡ଼ପପହଣ୍ଡି ପରମ୍ପରା-ବିରୋଧୀ ଥିବାରୁ ମଙ୍ଗଳବାର ଅପରାହ୍ଣରେ ଚତୁର୍ଦ୍ଧାବିଗ୍ରହଙ୍କ ଆଡ଼ପପହଣ୍ଡି ଅନୁଷ୍ଠିତ ହେବ। ଗୋଟି ପହଣ୍ଡିରେ ଚତୁର୍ଦ୍ଧାବିଗ୍ରହ ଆଡ଼ପମଣ୍ଡପ (ଜନ୍ମବେଦି)କୁ ବିଜେ କରିବେ। ଆଜି ୫ଲକ୍ଷରୁ ଅଧିକ ଶ୍ରଦ୍ଧାଳୁ ବଡ଼ଦାଣ୍ଡରେ ଏକାଠି ହୋଇ ରଥ ଟାଣିବା ସହ ରଥାରୂଢ଼ ମହାବାହୁଙ୍କ ଦିବ୍ୟ ଦର୍ଶନର ସାନ୍ନିଧ୍ୟ ଲାଭ କରିଛନ୍ତି।ଗତକାଲି ରଥଟଣାରେ ବିଳମ୍ବ କାରଣରୁ ତାଳଧ୍ବଜ ରଥ ମରିଚିକୋଟ ଛକରେ, ଦର୍ପଦଳନ ରଥ ଶ୍ରୀନଅର ଆଗରେ ଓ ନନ୍ଦିଘୋଷ ରଥ ବଡ଼ଆଖଡ଼ା ମଠ ଆଗରେ ଅଟକି ରହିଥିଲେ। ଏଣୁ ଗତକାଲି ବିଳମ୍ବିତ ରାତି ପର୍ଯ୍ୟନ୍ତ ରଥାରୂଢ଼ ଶ୍ରୀବିଗ୍ରହଙ୍କୁ ଦର୍ଶନ ପାଇଁ ଭକ୍ତମାନେ ରଥ ପାଖରେ ଗହଳି ଲଗାଇଥିଲେ। ଆଜି ସକାଳୁ ରଥ ଉପରେ ମଙ୍ଗଳ ଆଳତି ସହ ତଡ଼ପଲାଗି, ଅବକାଶ ପୂଜା ଓ ବେଶ ଶେଷ ପରେ ସକାଳ ପ୍ରାୟ ୯ଟା ୨୦ରେ ରଥଟଣା ଆରମ୍ଭ ହୋଇଥିଲା। ପ୍ରଥମେ ତାଳଧ୍ବଜ, ପରେ ଦର୍ପଦଳନ ଓ ଶେଷରେ ନନ୍ଦିଘୋଷ ରଥ ଟଣାଯାଇଥିଲା। ଭକ୍ତଙ୍କ ମେଳରେ ମଧ୍ୟାହ୍ନ ପ୍ରାୟ ୧୨ଟା ୩୫ରେ ତାଳଧ୍ବଜ ରଥ, ଅପରାହ୍ଣ ପ୍ରାୟ ୧ଟା ୪୦ରେ ଦର୍ପଦଳନ ରଥ ଓ ୨ଟା ୩୫ରେ ନନ୍ଦିଘୋଷ ରଥ ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଥିଲେ। ତିନି ରଥ ପହଞ୍ଚିବା ପରେ ରଥ ଉପରେ ଅନ୍ୟାନ୍ୟ ନୀତି ଆରମ୍ଭ ହୋଇଥିଲା।
Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Prev Post
Next Post