ବଜେଟକୁ ନେଇ ଶେଷ ହେଲା ସରକାରଙ୍କ ବୈଠକ। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଚଳିତ ବଜେଟ ପ୍ରସ୍ତୁତି ପାଇଁ ବୈଠକ ହୋଇଯାଇଛି । ବୈଠକ ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ମୁଖ୍ୟମନ୍ତ୍ରୀ ମୋହନ ମାଝି କହିଛନ୍ତି, ଆସନ୍ତା ୨୫ ତାରିଖରେ ୨୦୨୪ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ ହେବ। ସମସ୍ତଙ୍କ ଆଶା, ଆକାଂକ୍ଷାକୁ ପ୍ରତିଫଳନ କରିବ ଚଳିତ ବଜେଟ୍ । ଲୋକଙ୍କର ସରକାର ଭାବେ ଲୋକଙ୍କ ମତାମତକୁ ଅଗ୍ରାଧିକାର ଦିଆଯାଇ ଆସୁଅଛି।ବଜେଟ୍ ପାଇଁ ୧୨ ହଜାରରୁ ଅଧିକ ଲୋକ ସେମାନଙ୍କ ମତାମତ ଓ ପ୍ରସ୍ତାବ ଅନଲାଇନ୍ ହ୍ୱାଟ୍ସ ଆପ ଜରିଆରେ ଦେଇଛନ୍ତି । ଯାହାକି ପୂର୍ବ ବର୍ଷ ତୁଳନାରେ ୬ଗୁଣା ଅଧିକା। ମୁଖ୍ୟମନ୍ତ୍ରୀ କହିଛନ୍ତି ଏହା ଲୋକଙ୍କ ସରକାର। ରାଜ୍ୟର ପ୍ରାୟ ସମସ୍ତ ବର୍ଗର ଲୋକଙ୍କ ସହିତ ଆଲୋଚନା କରିଛନ୍ତି ସରକାର। ବଜେଟ ପ୍ରସ୍ତୁତିରେ ଲୋକଙ୍କ ମତାମତକୁ ଗୁରୁତ୍ୱ ଦିଆଯିବ। ପ୍ରି ବଜେଟରେ କ୍ରୀଡା ସହିତ ପର୍ୟ୍ୟଟନକୁ ଅଧିକ ଗୁରୁତ୍ୱ ଦିଆଯାଇଥିବା କୁହାଯାଉଛି। ତାସହ କେମିତି ବ୍ୟବସାୟୀମାନଙ୍କ ଉନ୍ନତି ହେବ, ଚାଷୀଙ୍କର କିଭଳି ଉନ୍ନତି ହେବ, ସେନେଇ ବଜେଟରେ ଗୁରୁତ୍ୱ ଦିଆଯିବ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି