ବଙ୍ଗୋପ ସାଗରରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ଦୁଇ ଦିନ ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ଦକ୍ଷିଣ-ପଶ୍ଚିମ ଦିଗରେ ଓଡ଼ିଶା ଉପକୂଳମୁହାଁ ହେବ। ପ୍ରଭାବରେ ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା ଲାଗିରହିବ। ତେବେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କେତେକ ସ୍ଥାନରେ ଅତିରୁ ଅତିପ୍ରବଳ ବର୍ଷା ହୋଇପାରେ। ପରିସ୍ଥିତିକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୧୯ ଓ ୨୦ ତାରିଖ ପାଇଁ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସମ୍ଭାବ୍ୟ ବର୍ଷା ପ୍ରଭାବରେ ତଳିଆ ଅଞ୍ଚଳ ଓ ଭୂତଳ ରାସ୍ତାରେ ଜଳବନ୍ଦୀ ସମସ୍ୟା ଉପୁଜିପାରେ। ସହରାଞ୍ଚଳରେ ଟ୍ରାଫିକ୍ ସମସ୍ୟା ଓ ଦୃଶ୍ୟମାନ କ୍ଷମତା ହ୍ରାସ ପାଇବ। ବିପଦସଙ୍କୁଳ ଅବସ୍ଥାରେ ଥିବା ମାଟି ଘର କାନ୍ଥ ଭୁଶୁଡ଼ିବା, ରାସ୍ତା ଧୋଇଯିବା, ଚାଷ ଜମି ପ୍ରଭାବିତ ହେବାର ମଧ୍ୟ ଆଶଙ୍କା ରହିଛି। ତେଣୁ ଯେତେଦୂର ସମ୍ଭବ ଲୋକେ ବିପଦସଙ୍କୁଳ ଘରେ ନ ରହିବା ଏବଂ ଅମଳ ଯୋଗ୍ୟ ହୋଇଥିବା ଶସ୍ୟ ଉତ୍ପାଦନ ସହ ଜଳ ନିଷ୍କାସନ ବ୍ୟବସ୍ଥା କରିବାକୁ ପରାମର୍ଶ ଦିଆଯାଇଛି।
Trending
- ଆମେ ପ୍ରତିଶ୍ରୃତି ଦେଇଥିବା ୨୧ଟି କାର୍ଯ୍ୟକ୍ରମ ମଧ୍ୟରୁ ଏକ ବର୍ଷ ଭିତରେ ୧୧ଟି କାର୍ଯ୍ୟକାରୀ କରିଛୁ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନିର୍ମାଣାଧୀନ ୬ ମହଲା କୋଠାରୁ ପଡ଼ି ଜଣେ ଶ୍ରମିକ ମୃତ
- ଯବାନଙ୍କ ଗୁଳିରେ 7 ମାଓବାଦୀ ଗିରଫ
- କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ,ଡାକ୍ତରଖାନାରେ ଭର୍ତ୍ତି
- 4 ଟି ପ୍ରସ୍ତାବ ବାଜିଲା କ୍ୟାବିନେଟ ମୋହର , ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜାନା କୁ ମିଳିଲା ଅନୁମୋଦନ
- ବିକଶିତ କୋଟିଆ ପାଇଁ ମାଷ୍ଟର ପ୍ଲାନ
- ରାଜ୍ୟରେ ଆଉ ୭ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ
- ଆଜି ରୁକ୍ମିଣୀ ହରଣ ଏକାଦଶୀ , ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୂ ଶ୍ରୀଜଗନ୍ନାଥଙ୍କ ବିବାହ ଉତ୍ସବ
- ବିଶ୍ଵର ସର୍ବୋଚ୍ଚ ସେତୁ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
- ବସିବ କେନ୍ଦ୍ର ମନ୍ତ୍ରୀ ପରିଷଦ ବୈଠକ
Next Post