ପୁଣିଥରେ ଫେରୁଛି ମାହାମରୀ । ପୁଣିଥରେ ବିଭିନ୍ନ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ଏହାପରେ ଏବେ ପ୍ରଶ୍ନ ଉଠିଛି, ପ୍ରକୃତରେ କରୋନା ଭୂତାଣୁ ଶେଷ ହୋଇଛି ନା ଆହୁରି ବିପଦ ହୋଇ ଫେରୁଛି ମହାମାରୀ? କାରଣ ବର୍ତ୍ତମାନ ଆମେରିକା ସମେତ ୮୪ଟି ଦେଶରେ କୋଭିଡ-୧୯ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ବିଶ୍ୱର ଅନେକ ଦେଶ ଏବେ ଏହାକୁ ନେଇ ଚେତାବନୀ ଜାହିର କରିଛନ୍ତି ।ଆମେରିକାର ହ୍ୱାଇଟ ହାଉସ ତରଫରୁ କୁହାଯାଇଛି ଯେ, ରାଷ୍ଟ୍ରପତି ଜୋ ବାଇଡେନ୍ ମଧ୍ୟ ଲସ୍ ବେଗାସ୍ ଯାତ୍ରା ସମୟରେ କରୋନା ସଂକ୍ରମିତ ହୋଇଛନ୍ତି । କରୋନା ସଂକ୍ରମଣର ଅଳ୍ପ କିଛି ଲକ୍ଷଣ ଅନୁଭବ କରୁଥିବା ଜାଣିବାକୁ ମିଳିଛି । ଆମେରିକାରେ କୋଭିଡ-୧୯ର ନୂଆ କେପି.୩ ଭାରିଆଣ୍ଟ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି । ଆମେରିକାରେ ଜୁନ୍ ୨୩ ତାରିଖରୁ ଜୁଲାଇ ୬ ତାରିଖ ମଧ୍ୟରେ କରୋନା ମାମଲାର ୩୬.୯ ପ୍ରତିଶତ କେପି,୩ ଭାରିଆଣ୍ଟ ହୋଇଥିବା କହିଛି ସିଡିସିର ରେକର୍ଡ । ଆମେରିକା ସହିତ କାଲିଫର୍ଣ୍ଣିଆ, ମେରୀଲାଣ୍ଡ ଏବଂ ଟେକ୍ସାସ ଆଦି ଦେଶରେ ମଧ୍ୟ କରୋନା ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇଥିବା ଦେଖାଦେଇଛି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଧ୍ୟ ଏହାକୁ ନେଇ ସତର୍କ ସୂଚନା ଜାରି କରିସାରିଛି ।
Trending
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
- ଆଇଡବ୍ଲୁଟି କୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି ଭାରତ, ଯେଉଁ ପର୍ଯ୍ୟନ୍ତ ପାକିସ୍ତାନ ଆତଙ୍କବାଦକୁ ବନ୍ଦ ନ କରିଛି ସେ ପର୍ଯ୍ୟନ୍ତ ଏହି ସନ୍ଧି ସ୍ଥଗିତ ରହିବ
- ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାର ତଦନ୍ତ ସାରି ଦିଲ୍ଲୀ ଫେରିଲା NHRC ଟିମ୍ ,ADG ଦୟାଲ ଗଙ୍ଗୱାରଙ୍କ ସମେତ ଅନ୍ୟ ସମସ୍ତଙ୍କୁ ପଚରାଉଚରା ହୋଇଛି
- ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ,ନୀଳାଦ୍ରି ବିଜେ ପରେ ଗଣତି ମଣତି କାର୍ଯ୍ୟ ହେବ
- ଖାନ ସାରଙ୍କ ବିରୋଧରେ ହତ୍ୟା ଉଦ୍ୟମ ଏବଂ ଅସ୍ତ୍ରଶସ୍ତ୍ର ଆଇନ ଉଲ୍ଲଙ୍ଘନ ଅନୁଯାୟୀ ଏକ ମାମଲା ରୁଜୁ
- ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ଦେବାଶିଷ ସାମନ୍ତରାୟ
- କନଷ୍ଟେବଳ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣା: ଆଜି NHRC ତଦନ୍ତର ଶେଷ ଦିନ
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
Prev Post
Next Post