ବଙ୍ଗୋପସାଗରରେ ଦୁର୍ବଳ ହେଲା ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି କହିଛି। ଏହା ସହ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମଧ୍ୟ ସକ୍ରିୟ ରହିଛି । ଆଗାମୀ ୪ ଦିନ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ। ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଆଜି ୭ ଜିଲ୍ଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଞ୍ଜାମ ଏବଂ ଗଜପତିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।ଏହାର ପ୍ରଭାବରେ କେତେକ ଅଞ୍ଚଳରେ ଫ୍ଲାସ ଫ୍ଲଡ ଭଳି ସ୍ଥିତି ଉପୁଜିପାରେ । ତଳିଆ ଅଞ୍ଚଳରେ ପାଣି ଜମିବା ସହ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ହେବାର ଆଶଙ୍କା ରହିଛି । ଏଥିପାଇଁ ସତର୍କ ରହିବାକୁ ପରାମର୍ଶ ଦେଇଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର ।ସେହିପରି ପ୍ରବଳ ବର୍ଷା ପାଇଁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲି ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
Trending
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
Next Post