ବଦଳିବ ସ୍ବାସ୍ଥ୍ୟକେନ୍ଦ୍ରର ନାମ

ଅବସରରେ ରାଜ୍ୟପାଳ  ତାଙ୍କ ଅଭିଭାଷଣ ରଖି କହିଛନ୍ତି, ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଲାଗୁ କରାଯିବ। ଏହା ସମସ୍ତ ଯୋଗ୍ୟ ଓଡ଼ିଶାବାସୀଙ୍କ ପାଇଁ ସାର୍ବଜନୀନ ସ୍ବାସ୍ଥ୍ୟ ସେବା ଯୋଗାଇବ।ଅନ୍ୟପକ୍ଷେ  ରାଜ୍ୟରେ ୩ ହଜାର ନୂଆ ଡାକ୍ତରଙ୍କୁ ନିଯୁକ୍ତ କରାଯିବା ସହ  ଉପକେନ୍ଦ୍ର ଓ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ନାମ ପରିବର୍ତ୍ତନ କରି ଏହାକୁ ଆରୋଗ୍ୟ ମନ୍ଦିର ରଖାଯିବ ବୋଲି ରାଜ୍ୟପାଳ ନିଜ ଅଭିଭାଷଣରେ କହିଛନ୍ତି । ୨୦୩୦ ସୁଦ୍ଧା ଓଡ଼ିଶାକୁ ମ୍ୟାଲେରିଆ ମୁକ୍ତ କରାଯିବ ବୋଲି ରାଜ୍ୟପାଳ କହିଛନ୍ତି ।ଏହା ସମସ୍ତ ଯୋଗ୍ୟ ଓଡ଼ିଶାବାସୀଙ୍କ ପାଇଁ ସାର୍ବଜନୀନ ସ୍ବାସ୍ଥ୍ୟ ସେବା ଯୋଗାଇବ। ଏପରିକି ଗର୍ଭବତୀଙ୍କୁ ପୁଷ୍ଟିକର ଆବଶ୍ୟକତା ପୂରଣ ପାଇଁ ଆର୍ଥିକ ସହାୟତା ମିଳିବ।ସେହିପରି  ବଲାଙ୍ଗୀର, କଳାହାଣ୍ଡି, ବରଗଡ ଓ ନୂଆପଡ଼ାରେ ୧୦ଟି ଜଳସେଚନ ପ୍ରକଳ୍ପକୁ ସମ୍ପୂର୍ଣ୍ଣ କରାଯିବ । ଭାରତ ବର୍ଷରେ ଓଡ଼ିଶା ବାଜରାର ହବ୍‌ ହେବ ବୋଲି ରାଜ୍ୟପାଳ କହିଛନ୍ତି ।