ରାଜ୍ୟରେ ବିଜେପି ସରକାର ପ୍ରଥମ ଥର ପାଇଁ କ୍ଷମତାକୁ ଆସିବା ବେଳେ ଅନେକ ନୂଆ ନୂଆ ପଦକ୍ଷେପ ଗ୍ରହଣ କରୁଛନ୍ତି । ବର୍ଷ ବର୍ଷ ଧରି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିଥିବା ବେଳେ ଏବେ ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କରୁଛନ୍ତି । ନିକଟରେ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାରର ନାମ ପରିବର୍ତ୍ତନକୁ ନେଇ ଚର୍ଚ୍ଚା ହୋଇଥିବା ବେଳେ ତାହା ପରିବର୍ତ୍ତନ ହୋଇନଥିଲା । ସେହିପରି ଏହା ପୂର୍ବରୁ ଢେଙ୍କାନାଳ ବସଷ୍ଟାଣ୍ଡ ଭିତରେ ରହିଥବବା ପାଖାପାଖି ୨୮ଟି ଲକ୍ଷ୍ମୀ ବସର ରଙ୍ଗ ସବୁଜରୁ ଗେରୁଆକୁ ପରିବର୍ତ୍ତନ ହୋଇଥିବାର ଦେଖାଯାଇଥିଲା ।ତେବେ ଆଗାମୀ ଦିନରେ ରାଜ୍ୟ ସରକାର ଅନେକ ବଡ଼ ନିଷ୍ପତ୍ତି ନେନବାକୁ ଯାଉଛନ୍ତି । ଗତ ୨୨ ତାରିଖଠାରୁ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହୋଇଥିବା ବେଳେ ରାଜ୍ୟପାଳ ରଘୁବାର ଦାସ ଅଭିଭାଷଣ ପ୍ରଦାନ କରିଥିଲେ । ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ରାଜ୍ୟରେ ଲାଗୁ କରାଯିବ ଓ ଏହା ରାଜ୍ୟବାସୀଙ୍କୁ ସାର୍ବଜନିନ ସ୍ୱାସ୍ଥ୍ୟସେବା ପ୍ରଦାନ କରିବ । ରାଜ୍ୟରେ ୩ ହଜାର ନୂଆ ଡାକ୍ତରଙ୍କୁ ନିଯୁକ୍ତି ଦିଆଯିବ ।ସେହିପରି ରାଜ୍ୟର ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ଓ ଉପକେନ୍ଦ୍ରର ନାମ ପରିବର୍ତ୍ତନ କରାଯିବ । ଏହାର ନୂଆ ନାମ ‘ଆରୋଗ୍ୟ ମନ୍ଦିର’ ରଖାଯିବ ଆସନ୍ତା ୨୦୩୦ ସୁଦ୍ଧା ରାଜ୍ୟକୁ ମ୍ୟାଲେରିଆମୁକ୍ତ କରାଯିବ ଓ ଗର୍ଭବତୀଙ୍କ ପୁଷ୍ଟିକର ଖାଦ୍ୟ ଆବଶ୍ୟକତାକୁ ପୂରଣ ପାଇଁ ସେମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯିବ । ବଲାଙ୍ଗିର, କଳାହାଣ୍ଡି ଓ ନୂଆପଡ଼ରେ ୧୦ଟି ଜଳସେଚନ ପ୍ରକଳ୍ପକୁ ସମ୍ପୂର୍ଣ୍ଣ କରାଯିବ ।
Trending
- ନୂଆପଡ଼ା ଉପ-ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଲା
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
Prev Post
Next Post