ରାଜ୍ୟ ସରକାର କଲେ ବଡ଼ ଘୋଷଣା। ଏଥର ସବୁ ଜିଲାରେ ହେବ ମେଡିକାଲ କଲେଜ । ଏନେଇ ଗୃହରେ ବିବୃତ୍ତି ରଖିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ସବୁ ଜିଲାରେ ମେଡିକାଲ କଲେଜ କରିବା ମୋଦିଙ୍କ ଗ୍ୟାରେଣ୍ଟି ବୋଲି କହିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ । ତେବେ ବିଧାନସଭାରେ ବିବୃତ୍ତି ରଖିବା ବେଳେ ୨୪ ବର୍ଷରେ ପେସା ଆଇନ ଲାଗୁ ହୋଇ ନ ଥିବା କଥା ଛଲେ୍ଲଖ କରିଛନ୍ତି ମନ୍ତ୍ରୀ। ଏକଥାକୁ ଉଠାଇ ଆମେ ଆଦିବାସୀ ଭାଇଭଉଣୀଙ୍କ ପାଇଁ ଏହା ଲାଗୁ କରିବୁ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ରାଜ୍ୟପାଳଙ୍କ ଅଭିଭାଷଣର ଧନ୍ୟବାଦ ପ୍ରସ୍ତାବ ଅବସରରେ କହିଛନ୍ତି ।ସେପଟେ ଓଡିଆ ଅସ୍ମିତା ପ୍ରସଙ୍ଗରେ ଗୃହରେ ହୋହଲ୍ଲା, ହଙ୍ଗାମା କରିଛନ୍ତି ବିରୋଧୀ ବିଜେଡି ଓ କଂଗ୍ରେସ । ରାଜ୍ୟପାଳଙ୍କ ପୁଅଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଦାବି ହେବା ସହ ହୋହଲ୍ଲା ଭିତରେ ବାଚସ୍ପତିଙ୍କ ମାଇକ ଭାଙ୍ଗିଛନ୍ତି ଧ୍ରୁବ ସାହୁ । ଗୃହରେ ବିଜେଡି ଓ କଂଗ୍ରେସ ବିଧାୟକ ଜୋରଦାର ହଙ୍ଗାମା କରିଛନ୍ତି। ସେହିପରି ବାଚସ୍ପତିଙ୍କ ପୋଡିୟମ ଉପରକୁ ଚଢ଼ିବାକୁ ଉଦ୍ୟମ କରିଛନ୍ତି ବିଜେଡି ବିଧାୟକ ଯୋଗେଶ ସିଂ।
Trending
- ଆଜି ସକାଳ ୬ଟାରୁ ଆସନ୍ତାକାଲି ସକାଳ ୬ଟା ଯାଏ ଭଦ୍ରକ ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ
- ପାର୍ଟ ପ୍ଲଟ୍ ଲାଗି ଆଇନରେ ସଂଶୋଧନ ଆଣିଛି ଗୃହ ଓ ନଗର ଉନ୍ନୟନ ବିଭାଗ,ଫଳରେ ପାର୍ଟ ପ୍ଲଟ୍ ବିକ୍ରି ପାଇଁ ବାଟ ଫିଟିଛି
- ହାତୀବେଶରେ ଭକ୍ତଙ୍କୁ ଦର୍ଶଦ ଦେଇଛନ୍ତି ଶ୍ରୀଜିଉ
- ଆସନ୍ତାକାଲି ଠାରୁ ଶ୍ରୀଅଲାରନାଥ ଭକ୍ତଙ୍କୁ ଦର୍ଶନ ଦେବେ
- ସ୍ନାନ ପୂର୍ଣ୍ଣିମାରେ ପୁରୀରେ ବରିଷ୍ଠ ସେବାୟତଙ୍କୁ ହତ୍ୟା
- ଟ୍ରମ୍ପଙ୍କୁ ମାରିବାକୁ ଧମକ ଦେଲା ଅଲକାଏଦା ନେତା ସାଦ୍ ବିନ୍ ଆତିଫ୍
- ସ୍ନାନବେଦୀରୁ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ
- ଆଜି ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା, ସ୍ନାନବେଦୀରେ ଶ୍ରୀଜିଉ
- ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, 3 ମୃତ
- ୧ ବର୍ଷ ଭିତରେ ବିଜେପି ସରକାର ନିଜର ସଙ୍କଳ୍ପପତ୍ରରେ ଥିବା ପ୍ରମୁଖ ପ୍ରତିଶ୍ରୁତିକୁ ପାଳନ କରିଛି – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
Prev Post
Next Post