ନେପାଳର ରାଜଧାନୀ କାଠମାଣ୍ଡୁରେ ଉଡ଼ାଣ ସମୟରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ବିମାନରେ ୧୯ ଜଣ ଯାତ୍ରୀ ଥିଲେ। ତେବେ ଦୁର୍ଘଟଣାରେ ୧୮ ଜଣଙ୍କର ମୃତ୍ୟୁ ହୋଇଥିବା ନିଶ୍ଚିତ କରାଯାଇଛି। ଏଥିସହିତ ବିମାନର ପାଇଲଟ ଗୁରୁତର ଆହତ ହୋଇଛନ୍ତି। ସେ ଚିକିତ୍ସିତ ହେଉଛନ୍ତି। ପାଇଲଟଙ୍କ ନାମ ଶାକ୍ୟ ବୋଲି କୁହାଯାଉଛି।କାଠମାଣ୍ଡୁ ପୋଷ୍ଟ ଅନୁଯାୟୀ, ବୁଧବାର କାଠମାଣ୍ଡୁର ତ୍ରିଭୁବନ ଅନ୍ତର୍ଜାତୀୟ ବିମାନବନ୍ଦରରେ ବିମାନ ଉଡାଣ ଭରୁଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଟିଆଇ ମୁଖପାତ୍ର ପ୍ରେମନାଥ ଠାକୁର କହିଛନ୍ତି ଯେ, ପୋଖରା ଅଭିମୁଖେ ଯାଉଥିବା ବିମାନରେ ବିମାନ କର୍ମଚାରୀଙ୍କ ସମେତ ୧୯ ଜଣ ଥିଲେ। ସକାଳ ପ୍ରାୟ ୧୧ଟା ସମୟରେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ପୋଲିସ ଏବଂ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଦୁର୍ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ କରୁଛନ୍ତି।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Prev Post
Next Post