ଆସନ୍ତା ୨୭ ତାରିଖରେ ନୂଆଦିଲ୍ଲୀରେ ନୀତି ଆୟୋଗ ବୈଠକ ବସିବାକୁ ଯାଉଥିବାବେଳେ ୪ ରାଜ୍ୟର ମୁଖ୍ୟମନ୍ତ୍ରୀ ଏଥିରେ ଯୋଗଦେବେ ନାହିଁ ବୋଲି ମଙ୍ଗଳବାର ଘୋଷଣା କରିଛନ୍ତି। ଉକ୍ତ ରାଜ୍ୟଗୁଡ଼ିକର ଦାବିକୁ କେନ୍ଦ୍ର ବଜେଟରେ ଅଣଦେଖା କରାଯାଇଥିତ୍ବାରୁ ଏହାର ପ୍ରତିବାଦରେ ମୁଖ୍ୟମନ୍ତ୍ରୀମାନେ ନୀତି ଆୟୋଗ ବୈଠକ ବର୍ଜନ କରିବାକୁ ନିଷ୍ପତ୍ତି ନେଇଛନ୍ତି। କନ୍ନଡିଗାମାନଙ୍କ ସମସ୍ୟାର ସମାଧାନ ହୋଇ ନ ଥିବାରୁ ନୀତି ଆୟୋଗ ବୈଠକରେ ଯୋଗଦେବା ଅର୍ଥହୀନ ବୋଲି କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା କହିଛନ୍ତି। ସେହିପରି କେନ୍ଦ୍ରୀୟ ବଜେଟରେ ତାମିଲନାଡୁକୁ ସର୍ବାଧିକ ପ୍ରତାରଣା କରାଯାଇଥିବା ମୁଖ୍ୟମନ୍ତ୍ରୀ ଏମ୍.କେ. ଷ୍ଟାଲିନ୍ କହିଛନ୍ତି। ସେ କେନ୍ଦ୍ର ସରକାରଙ୍କ ବିତ୍ତୀୟ ନୀତି ଏବଂ ବଜେଟରେ ବ୍ୟୟବରାଦକୁ ନେଇ ଅସନ୍ତୋଷ ବ୍ୟକ୍ତ କରିବା ସହ ନୀତି ଆୟୋଗ ବୈଠକରେ ଯୋଗଦେବେ ନାହିଁ ବୋଲି କହିଛନ୍ତି। ସେହିପରି ୨ କଂଗ୍ରେସ ମୁଖ୍ୟମନ୍ତ୍ରୀ ତେଲଙ୍ଗାନାର ରେଭନ୍ଥ ରେଡ୍ଡୀ ଏବଂ ହିମାଚଳପ୍ରଦେଶର ସୁଖବିନ୍ଦର ସିଂ ସୁଖୁ ମଧ୍ୟ ବଜେଟକୁ ନେଇ ଅସନ୍ତୋଷ ବ୍ୟକ୍ତ କରିବା ସହ ନୀତି ଆୟୋଗ ବୈଠକ ବର୍ଜନ କରିବେ ବୋଲି କହିଛନ୍ତି।
Trending
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
Prev Post