ଆଜି ବିଧାନସଭାରେ ଉପସ୍ଥାପିତ ହେବ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ। ଗତ ଫେବୃଆରୀ ମାସରେ ପୂର୍ବ ସରକାର ଆଣିଥିଲେ କାମଚଳା ବଜେଟ। ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ସେ ସମୟରେ ମୋଟ ୨ ଲକ୍ଷ ୫୫ ହଜାର କୋଟି ଟଙ୍କାର ବ୍ୟୟ ବରାଦ କରାଯାଇ ଆର୍ଥିକ ବର୍ଷର ପ୍ରଥମ ତିନି ମାସ ପାଇଁ ୧ ଲକ୍ଷ ୧୮ ହଜାର କୋଟି ଟଙ୍କା ପାଇଁ ବ୍ୟୟ ମଞ୍ଜୁରୀ ଅଣାଯାଇଥିଲା। ଏବେ ମୋହନ ସରକାର ପୂର୍ଣ୍ଣାଙ୍ଗ ବଜେଟ ଆଣିବେ। ଏହା ମୋହନ ସରକାରର ପ୍ରଥମ ବଜେଟ। ଅର୍ଥ ବିଭାଗ ଦାୟିତ୍ବରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ କରିବେ।ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ ପୂର୍ବରୁ ରାଜ୍ୟ ସରକାର ପୂର୍ବତନ ଅର୍ଥମନ୍ତ୍ରୀ ଓ ବିଶେଷଜ୍ଞଙ୍କ ପରାମର୍ଶ ନେଇଛନ୍ତି । ଏଥି ସହିତ ବଜେଟ୍କୁ ନେଇ ସାଧାରଣ ଲୋକଙ୍କଠାରୁ ୧୨ ହଜାର ମତ ମିଳିଥିଲା। ଶିଳ୍ପ, ଆରବିଆଇ, ଏନଜିଓ, ମଜଦୁର ସଂଘ, ଶିଳ୍ପ ସଂଘ, ବ୍ୟବସାୟୀ ମହାସଂଘର ପ୍ରାୟ ଦେଢ଼ ଶହ ପ୍ରତିନିଧି ମଧ୍ୟ ସେମାନଙ୍କ ମତାମତ ଦେଇଛନ୍ତି।
Trending
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
Prev Post
Next Post