ରାଜ୍ୟରେ ପୂରଣ ହେବ ୨୫୨୫ଟି ପଦ । ଏଥିପାଇଁ ରାଜ୍ୟ ସରକାରଙ୍କ ମହିଳା, ଶିଶୁ ବିକାଶ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରାର୍ଥୀଙ୍କୁ ଅଙ୍ଗନବାଡ଼ି ୱାର୍କର ଓ ହେଲପର ପଦରେ ନିଯୁକ୍ତି ଦିଆଯିବ । ଜୁଲାଇ ୭ରୁ ଏଥିପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇସାରିଥିବା ବେଳେ ଅଗଷ୍ଟ ୮ ଆବେଦନର ଅନ୍ତିମ ତାରିଖ ରହିଛି । ଇଚ୍ଛୁକ ପ୍ରାର୍ଥୀମାନେ ନିମ୍ନରେ ପ୍ରଦତ୍ତ ନୋଟିଫିକେସନ ଲିଙ୍କକୁ ଯାଇ ସବିଶେଷ ତଥ୍ୟ ପାଇ ପାରିବେ ।ଚଳିତ ବର୍ଷ ଜାନୁଆରୀ ମାସ ପହିଲା ସୁଦ୍ଧା ପ୍ରାର୍ଥୀଙ୍କର ସର୍ବନିମ୍ନ ବୟସ ଯୋଗ୍ୟତା ୧୯ ବର୍ଷ ଓ ସର୍ବାଧିକ ବୟସ ଯୋଗ୍ୟତା ୩୫ ବର୍ଷ ରହିଥିବା ଆବଶ୍ୟକ । ବୟସ କୋହଳ ନିୟମ ଅନୁଯାୟୀ ଧାର୍ଯ୍ୟ ହେବ । ପ୍ରାର୍ଥୀଙ୍କର ଶିକ୍ଷାଗତ ଯୋଗ୍ୟତା ଦଶମ ଓ ଦ୍ୱାଦଶ ରହିଥିବା ଆବଶ୍ୟକ । ୨୬୩ଟି ଅଙ୍ଗନବାଡ଼ି ୱାର୍କର ପଦ ଖାଲି ରହିଥିବା ବେଳେ ୨୨୮୨ଟି ଅଙ୍ଗନବାଡ଼ି ହେଲପର ପଦ ଖାଲି ରହିଛି ।
Trending
- ନିମିଷା ପ୍ରିୟାଙ୍କ ମୃତ୍ୟୁଦଣ୍ଡ ବାତିଲ୍
- ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି , ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
- ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପରିଚୟପତ୍ର ବଦଳିବ
- ଶ୍ରାବଣ ମାସର ତୃତୀୟ ସୋମବାର
- ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
Prev Post
Next Post