ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା କରିଛନ୍ତି । ଏହାସହିତ ‘ଅଗ୍ନିବୀର’ଙ୍କ ପାଇଁ ରାଜ୍ୟର ସବୁ ୟୁନିଫର୍ମ ସେବାରେ ନିଯୁକ୍ତି ପାଇଁ ୧୦ପ୍ରତିଶତ ପର୍ଯ୍ୟନ୍ତ ସଂରକ୍ଷଣ ଓ ବୟସସୀମାରେ ମଧ୍ୟ ୫ବର୍ଷ କୋହଳ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଯୁଗାନ୍ତକାରୀ ଯୋଜନା ହେଉଛି ‘ଅଗ୍ନିବୀର ଯୋଜନା’ । ଏହି ଯୋଜନା ଆମର ଅଗ୍ନିବୀରମାନେ ସେନାବାହିନୀରେ ଦକ୍ଷ ପ୍ରଶିକ୍ଷଣ ପାଇଁ ସୁରକ୍ଷା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବାର ଯୋଗ୍ୟତା ହାସଲ କରଇଛନ୍ତି । ରାଜ୍ୟ ସରକାର ଓଡ଼ିଶା ୟୁନିଫର୍ମ ସେବା(ପୁଲିସ ଓ ଅନ୍ୟାନ୍ୟ ସେବା)ରେ ସେମାନଙ୍କୁ ସାମିଲ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଓଡ଼ିଶାର ଯେଉଁ ଅଗ୍ନିବୀରମାନେ ସେନାବାହିନୀରେ ଭର୍ତ୍ତି ହୋଇ ନ ଥିବେ, ସେମାନଙ୍କୁ ରାଜ୍ୟର ସବୁ ୟୁନିଫର୍ମ ସେବାରେ ନିଯୁକ୍ତିରେ ୧୦ପ୍ରତିଶତ ପର୍ଯ୍ୟନ୍ତ ସଂରକ୍ଷଣ ଦିଆଯିବ ।
Trending
- ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
Next Post