ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା କରିଛନ୍ତି । ଏହାସହିତ ‘ଅଗ୍ନିବୀର’ଙ୍କ ପାଇଁ ରାଜ୍ୟର ସବୁ ୟୁନିଫର୍ମ ସେବାରେ ନିଯୁକ୍ତି ପାଇଁ ୧୦ପ୍ରତିଶତ ପର୍ଯ୍ୟନ୍ତ ସଂରକ୍ଷଣ ଓ ବୟସସୀମାରେ ମଧ୍ୟ ୫ବର୍ଷ କୋହଳ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଯୁଗାନ୍ତକାରୀ ଯୋଜନା ହେଉଛି ‘ଅଗ୍ନିବୀର ଯୋଜନା’ । ଏହି ଯୋଜନା ଆମର ଅଗ୍ନିବୀରମାନେ ସେନାବାହିନୀରେ ଦକ୍ଷ ପ୍ରଶିକ୍ଷଣ ପାଇଁ ସୁରକ୍ଷା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବାର ଯୋଗ୍ୟତା ହାସଲ କରଇଛନ୍ତି । ରାଜ୍ୟ ସରକାର ଓଡ଼ିଶା ୟୁନିଫର୍ମ ସେବା(ପୁଲିସ ଓ ଅନ୍ୟାନ୍ୟ ସେବା)ରେ ସେମାନଙ୍କୁ ସାମିଲ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଓଡ଼ିଶାର ଯେଉଁ ଅଗ୍ନିବୀରମାନେ ସେନାବାହିନୀରେ ଭର୍ତ୍ତି ହୋଇ ନ ଥିବେ, ସେମାନଙ୍କୁ ରାଜ୍ୟର ସବୁ ୟୁନିଫର୍ମ ସେବାରେ ନିଯୁକ୍ତିରେ ୧୦ପ୍ରତିଶତ ପର୍ଯ୍ୟନ୍ତ ସଂରକ୍ଷଣ ଦିଆଯିବ ।
Trending
- ଆମେ ପ୍ରତିଶ୍ରୃତି ଦେଇଥିବା ୨୧ଟି କାର୍ଯ୍ୟକ୍ରମ ମଧ୍ୟରୁ ଏକ ବର୍ଷ ଭିତରେ ୧୧ଟି କାର୍ଯ୍ୟକାରୀ କରିଛୁ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନିର୍ମାଣାଧୀନ ୬ ମହଲା କୋଠାରୁ ପଡ଼ି ଜଣେ ଶ୍ରମିକ ମୃତ
- ଯବାନଙ୍କ ଗୁଳିରେ 7 ମାଓବାଦୀ ଗିରଫ
- କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ,ଡାକ୍ତରଖାନାରେ ଭର୍ତ୍ତି
- 4 ଟି ପ୍ରସ୍ତାବ ବାଜିଲା କ୍ୟାବିନେଟ ମୋହର , ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜାନା କୁ ମିଳିଲା ଅନୁମୋଦନ
- ବିକଶିତ କୋଟିଆ ପାଇଁ ମାଷ୍ଟର ପ୍ଲାନ
- ରାଜ୍ୟରେ ଆଉ ୭ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ
- ଆଜି ରୁକ୍ମିଣୀ ହରଣ ଏକାଦଶୀ , ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୂ ଶ୍ରୀଜଗନ୍ନାଥଙ୍କ ବିବାହ ଉତ୍ସବ
- ବିଶ୍ଵର ସର୍ବୋଚ୍ଚ ସେତୁ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
- ବସିବ କେନ୍ଦ୍ର ମନ୍ତ୍ରୀ ପରିଷଦ ବୈଠକ
Next Post