ଶେୟାର ବଜାର ଚଳିତ ସପ୍ତାହ କାର୍ଯ୍ୟ ଦିବସର ଶେଷ ଦିନରେ ନିବେଶକ ୭ ଲକ୍ଷ କୋଟି ଟଙ୍କାରୁ ଅଧିକ ପୁଞ୍ଜି ବଜାରରେ ଯୋଡ଼ିଛନ୍ତି। ଫଳରେ ଶେୟାର ବଜାରର ନିବେଶକ ଓ ପୁଞ୍ଜି ବଜାରରେ ଉତ୍ସାହ ଦେଖାଦେଇଛି। ଏପରିକି ଚଳିତ ସପ୍ତାହର ଶେଷଦିନର ଫଳାଫଳ ଅନୁଯାୟୀ ଉଭୟ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ) ଏବଂ ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ (ଏନ୍ଏସ୍ଇ)ର ନିବେଶକ ୭.୦୭ ଲକ୍ଷ କୋଟି ଟଙ୍କା ପୁଞ୍ଜି ବଜାରରେ ଯୋଡିଛନ୍ତି। ପୂର୍ବ କାର୍ଯ୍ୟଦିବସର କାରବାର ଶେଷ ସୁଦ୍ଧା ବଜାର ପୁଞ୍ଜି ମୋଟ ୪୪୯.୮୨ ଲକ୍ଷ କୋଟି ଥିଲାବେଳେ ଶୁକ୍ରବାର ବଜାର କାରବାର ଶେଷ ସୁଦ୍ଧା ପୁଞ୍ଜିବଜାରର ପରିମାଣ ୪୫୬.୯୦ ଲକ୍ଷ କୋଟିରେ ପହଞ୍ଚତ୍ଛି।
ଉଲ୍ଲେଖଯୋଗ୍ୟ, ଶୁକ୍ରବାର ଶେୟାର ବଜାର କାରବାର ଶେଷ ସୁଦ୍ଧା ବିଏସ୍ଇ ସେନ୍ସେକ୍ସ ୧୨୯୩ (୧୨୯୨.୯୨) ପଏଣ୍ଟ ବଢି ୮୧,୩୩୩ ( ୮୧,୩୩୨.୭୨) ଅଙ୍କରେ କାରବାର ଶେଷ କରିଥିଲାବେଳେ ଏନ୍ଏସ୍ଇ ନିଫ୍ଟି-୫୦ ରେ ମଧ୍ୟ ୪୨୯ (୪୨୮.୭୫) ପଏଣ୍ଟ ବୃଦ୍ଧି ଘଟି ୨୪,୮୩୫ (୨୪, ୮୩୪.୮୫) ଅଙ୍କରେ କାରବାର ବନ୍ଦ ହୋଇଥିଲା। ଅପରପକ୍ଷରେ ବିଏସ୍ଇ ସେନ୍ସେକ୍ସର ମିଡ୍କ୍ୟାପ୍ ଓ ସ୍ମଲକ୍ୟାପ୍ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନ୍ଏସ୍ଇ ନିଫ୍ଟି ମିଡକ୍ୟାପ, ସ୍ମଲକ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ମଧ୍ୟ ପରିବର୍ତ୍ତନ ହୋଇଛି।
Trending
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
Prev Post
Next Post