ଆଜି ନିତି ଆୟୋଗ ବୈଠକ । ବୈଠକରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ, କେନ୍ଦ୍ର ଶାସିତ ଅଞ୍ଚଳର ରାଜ୍ୟପାଳ ଯୋଗଦେବେ । ପନଃଗଠିତ ନିତି ଆୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଧ୍ୟକ୍ଷ ରହିଥିବା ବେଳେ ୪ ଜଣ ସ୍ଥାୟୀ ସଦସ୍ୟଙ୍କ ସହିତ ୧୫ ଜଣ କେନ୍ଦ୍ରମନ୍ତ୍ରୀଙ୍କୁ ସ୍ଵତନ୍ତ୍ର ଆମନ୍ତ୍ରିତ ସଦସ୍ୟ ଭାବେ ସ୍ଥାନ ଦିଆଯାଇଛି । ନିତି ଆୟୋଗ ବୈଠକରେ ଯୋଗ ଦେବାକୁ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରମୁଖ ନୂଆଦିଲ୍ଲୀରେ ପହଞ୍ଚିଛନ୍ତି ।ସେପଟେ କେନ୍ଦ୍ର ବଜେଟକୁ ନେଇ ଇଣ୍ଡି ମେଣ୍ଟ ଶାସିତ କିଛି ରାଜ୍ୟ ସରକାର ନିତି ଆୟୋଗ ବୈଠକରେ ସାମିଲ ହେବେ ନାହିଁ ବୋଲି ଘୋଷଣା କରିଛନ୍ତି । ଏପଟେ ମମତା ବାନାର୍ଜୀ ବୈଠକରେ ସାମିଲ ହେବାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି । ଗତ ସପ୍ତାହରେ କେନ୍ଦ୍ର ସରକାର ନିତି ଆୟୋଗକୁ ପୁନଃଗଠିତ କରିଥିଲେ । ସହଯୋଗୀ ଦଳର ବହୁ ବରିଷ୍ଠ ମନ୍ତ୍ରୀଙ୍କୁ ଆୟୋଗରେ ସ୍ଥାନ ଦିଆଯାଇଛି । ନବଗଠିତ ନିତି ଆୟୋଗରେ ଅର୍ଥନୀତିଜ୍ଞ ସୁମନ କେ. ବେରୀ ଉପାଧ୍ୟକ୍ଷ ଭାବେ ନିଜର କାର୍ଯ୍ୟକାଳ ଜାରି ରଖିବେ । ସେହିପରି ଡ.ଭିକେ ସାରସ୍ୱତ, ପ୍ରଫେସର ରମେଶ ଚନ୍ଦ୍ର, ଡ.ଭିକେ ପାଲ, ଅରବିନ୍ଦ ଭିରମାନି ପୂର୍ଣ୍ଣକାଳୀନ ସଦସ୍ୟ ଭାବେ ସାମିଲ ଅଛନ୍ତି ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ