ରାଷ୍ଟ୍ରୀୟ କୃଷି ଓ ଗ୍ରାମୀଣ ବିକାଶ ବ୍ୟାଙ୍କ (ନାବାର୍ଡ) ପକ୍ଷରୁ ଅନେକ ପଦ ପୂରଣ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଏଥିପାଇଁ ଜୁଲାଇ ୨୭ରୁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇସାରିଥିବା ବେଳେ ତାହା ଅଗଷ୍ଟ ୧୫ ତାରିଖରେ ସମାପ୍ତ ହେବ । ସେପ୍ଟେମ୍ବର ୧ ତାରିଖରେ ପ୍ରିଲିମିନାରୀ ପରୀକ୍ଷା ଆୟୋଜିତ ହେବ । ଏହି ନିଯୁକ୍ତି ସମ୍ପର୍କରେ ସବିଶେଷ ତଥ୍ୟ ପାଇବା ପାଇଁ ପ୍ରାର୍ଥୀମାନେ ତଳେ ଦିଆଯାଇଥିବା ନୋଟିଫିକେସନ ଲିଙ୍କକୁ ଯାଇ ଚେକ୍ କରିପାରିବେ ।ଆସିଷ୍ଟାଣ୍ଟ ମ୍ୟାନେଜର ଗ୍ରେଡରେ ଅନେକ ପ୍ରାର୍ଥୀଙ୍କୁ ନିଯୁକ୍ତି ଦିଆଯିବ । ମୋଟ ୧୦୨ଟି ପଦ ଖାଲି ରହିଛି । ଏଥିପାଇଁ ପ୍ରାର୍ଥୀଙ୍କୁ ୮୫୦ ଟଙ୍କାର ଆବେଦନ ଫିସ୍ ଭରିବାକୁ ପଡ଼ିବ । ଅନୁସୂଚିତ ଜାତି (ଏସସି), ଅନୁସୂଚିତ ଜନଜାତି (ଏସଟି), ପିଡବ୍ଲ୍ୟୁବିଡି ପ୍ରାର୍ଥୀଙ୍କ ପାଇଁ ଏହି ଫିସ୍ ଛାଡ଼ କରାଯାଇଛି । ପ୍ରାର୍ଥୀମାନେ ମାଷ୍ଟର, ରୁପେ, ଭିଜା ଆଦି ଡେବିଟ କିମ୍ବା କ୍ରେଡିଟ କାର୍ଡ, ଇଣ୍ଟରନେଟ୍ ବ୍ୟାଙ୍କିଂ ଜରିଆରେ ଅନଲାଇନ୍ ମୋଡ଼ରେ ପେମେଣ୍ଟ କରିପାରିବେ । ଚଳିତ ବର୍ଷ ଜୁଲାଇ ପହିଲା ସୁଦ୍ଧା ପ୍ରାର୍ଥୀଙ୍କର ସର୍ବନିମ୍ନ ବୟସ ୨୧ ଓ ସର୍ବାଧିକ ବୟସ ୩୦ ବର୍ଷ ହୋଇଥିବା ଆବଶ୍ୟକ । ନିୟମ ଅନୁସାରେ ପ୍ରାର୍ଥୀଙ୍କର ବୟସ କୋହଳ କରାଯିବ । ପ୍ରାର୍ଥୀଙ୍କର ଶିକ୍ଷାଗତ ଯୋଗ୍ୟତା ପ୍ରାସଙ୍ଗିକ ବିଷୟରେ ଡିପ୍ଲୋମା, ଡିଗ୍ରୀ, ପିଜି, ପିଜି ଡିପ୍ଲୋମା ଆଦି ରହିଥିବା ଆବଶ୍ୟକ ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Prev Post
Next Post