ଷ୍ଟିଲ ଅଥରିଟି ଅଫ୍ ଇଣ୍ଡିଆ (ସେଲ), ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ ୪୦୦ ପଦ ପୂରଣ ହେବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଅଗଷ୍ଟ ୧୦ ଅନଲାଇନ୍ ଆବେଦନର ଅନ୍ତିମ ତାରିଖ ରହିଛି । ପ୍ରାର୍ଥୀଙ୍କୁ ଟ୍ରେଡ ଆପ୍ରେଣ୍ଟିସ, ଟେକ୍ନିସିଆନ ଆପ୍ରେଣ୍ଟିସ ଓ ଗ୍ରାଜୁଏଟ ଆପ୍ରେଣ୍ଟିସ ପଦରେ ନିଯୁକ୍ତି ଦିଆଯିବ । ପ୍ରାର୍ଥୀଙ୍କ ଶିକ୍ଷାଗତ ଯୋଗ୍ୟତା ପ୍ରାସଙ୍ଗିକ ବିଭାଗରେ ଆଇଟିଆଇ, ଡିପ୍ଲୋମା, ବି.ଟେକ ରହିଥିବା ଆବଶ୍ୟକ ।ଟ୍ରେଡ ଆପ୍ରେଣ୍ଟିସରେ ୨୧୩ଟି ପଦ, ଟେକ୍ନିସିଆନ ଆପ୍ରେଣ୍ଟିସରେ ୧୩୬ଟି ପଦ ଓ ଗ୍ରାଜୁଏଟ ଆପ୍ରେଣ୍ଟିସରେ ୫୧ଟି ପଦ ଖାଲି ରହିଛି । ଚଳିତ ବର୍ଷ ଅଗଷ୍ଟ ମାସ ପହିଲା ସୁଦ୍ଧା ପ୍ରାର୍ଥୀଙ୍କର ସର୍ବନିମ୍ନ ବୟସ ୧୮ ଓ ସର୍ବାଧିକ ବୟସ ୨୮ ବର୍ଷ ହୋଇଥିବା ଆବଶ୍ୟକ । ବୟସ କୋହଳ ନିୟମ ଅନୁଯାୟୀ ଧାର୍ଯ୍ୟ ହେବ । ଆପ୍ରେଣ୍ଟିସ ଆକ୍ଟ, ୧୯୬୧, ଆପ୍ରେଣ୍ଟିଶିପ ରୁଲ୍ସ ୧୯୯୨ ଅନୁସାରେ ପ୍ରାର୍ଥୀମାନେ ମାସିକ ଷ୍ଟାଇପେଣ୍ଡ ପାଇବାକୁ ଯୋଗ୍ୟ ହେବେ ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Prev Post
Next Post