ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ହୋଇଛି । ୩ ତାରିଖ ପର୍ଯ୍ୟନ୍ତ ଟୁଇନ ସିଟି ସମେତ ଉତ୍ତର ଓ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗର ଆକଳନ । ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଆଲର୍ଟ। ବାଲେଶ୍ଵର, ଭଦ୍ରକ, ମୟୁରଭଂଜ, କେଉଁଝର, ସୁନ୍ଦରଗଡ଼ ଏବଂ ଯାଜପୁରକୁ ସତର୍କତା। ଏହି ସବୁ ଜିଲ୍ଲାରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷିବ। ମୌସୁମୀ ପ୍ରଭାବରେ ଓଡ଼ିଶାରେ ବର୍ଷା ଲାଗିରହିଛି। ଉପକୂଳ ଓ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ବେଳେ ଅଧିକାଂଶ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଗତକାଲି ସକାଳଠାରୁ ଆଜି ପୂର୍ବାହ୍ନ ମଧ୍ୟରେ ଜଗତ୍ସିଂହପୁର ଜିଲ୍ଲାର କୁଜଙ୍ଗରେ ସର୍ବାଧିକ ୧୧୦ ମିମି ବର୍ଷା ରେକର୍ଡ କରାଯାଇଛି। ବାଲେଶ୍ବର, ଭୁବନେଶ୍ବର, କଟକ, ବଲାଙ୍ଗୀର, ମାଲକାନଗିରି, ଖୋର୍ଦ୍ଧା, ଢେଙ୍କାନାଳ, ରାଉରକେଲା, ବାରିପଦା, ହୀରାକୁଦ ପ୍ରଭୃତି ସହରରେ ଆଜି ସକାଳଠାରୁ ବର୍ଷା ହେଉଛି। ଅଗଷ୍ଟ ୩ ତାରିଖ ପର୍ଯ୍ୟନ୍ତ ଏଭଳି ପାଗ ଲାଗିରହିବାକୁ ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Prev Post