ଓଡ଼ିଶାରେ ୩ ଲକ୍ଷରୁ ଅଧିକ ଘର ଏବଂ ପରିସରକୁ ଜିଓ ଫାଇବର ଏବଂ ଜିଓ ଏୟାରଫାଇବର ସଂଯୋଗ

ଓଡ଼ିଶାର ବିସ୍ତୀର୍ଣ୍ଣ ଗ୍ରାମାଞ୍ଚଳ ଏବଂ ସହର ଉପକଣ୍ଠ ଅଂଚଳରେ ଡିଜିଟାଲ୍ କ୍ରାନ୍ତି ସ୍ୱରୂପ ରିଲାଏନ୍ସ ଜିଓ ରାଜ୍ୟର ୩ ଲକ୍ଷରୁ ଅଧିକ ଘର ଏବଂ ପରିସରକୁ ଜିଓ ଫାଇବର ଏବଂ ଜିଓ ଏୟାରଫାଇବର ସେବା ମାଧ୍ୟମରେ ସଂଯୋଗ କରି ହାଇ ସ୍ପିଡ୍ ବ୍ରଡବ୍ୟାଣ୍ଡ ଏବଂ ବିଶ୍ୱ ସ୍ତରୀୟ ଘରୋଇ ମନୋରଞ୍ଜନ ସୁବିଧା ପ୍ରଦାନ କରିଛି। ଭାରତୀୟ ଟେଲିକମ ନିୟାମକ କର୍ତ୍ତୃପକ୍ଷ (ଟ୍ରାଇ) ପକ୍ଷରୁ ପ୍ରକାଶିତ ସଦ୍ୟତମ ଟେଲିକମ୍ ଗ୍ରାହକ ତଥ୍ୟ ଅନୁଯାୟୀ, ଜିଓ ପ୍ରାୟ ୩ ଲକ୍ଷ ଜିଓ ଫାଇବର ଏବଂ ଜିଓ ଏୟାରଫାଇବର ଗ୍ରାହକଙ୍କ ସହିତ ଓଡିଶାରେ ହୋମ ବ୍ରଡବ୍ୟାଣ୍ଡ ଏବଂ ଓୟାରଲାଇନ କ୍ଷେତ୍ରରେ ଏକ ନମ୍ବର ସ୍ଥାନ ସୁଦୃଢ କରିଛି। ସର୍ବାଧିକ ଲୋକପ୍ରିୟ ରହିଥିବା ଜିଓ ଏୟାରଫାଇବର ସେବା ବାସ୍ତବରେ ଡିଜିଟାଲ ଅନ୍ତର୍ଭୁକ୍ତିକରଣକୁ ସମ୍ପ୍ରସାରିତ କରିଛି କାରଣ ଏହା ବିଶେଷକରି ଗ୍ରାମାଞ୍ଚଳ ଏବଂ ସହର ଉପକଣ୍ଠ ଅଂଚଳରେ ଶେଷ ମାଇଲ୍ ଅପ୍ଟିକାଲ୍-ଫାଇବର ବିସ୍ତାରରେ ରହିଥିବା କଠିନତା ଯୋଗୁଁ ବ୍ରଡ଼ବ୍ୟାଣ୍ଡ ସଂଯୋଗର ଅଭାବ ଜନିତ ସମସ୍ୟାକୁ ଦୂର କରି ପ୍ରତ୍ୟେକ ଘର ଏବଂ ଛୋଟ ବ୍ୟବସାୟକୁ ହାଇସ୍ପିଡ଼ ବ୍ରଡ଼ବ୍ୟାଣ୍ଡ ଏବଂ ଗୁଣାତ୍ମକ ଗୃହ ମନୋରଞ୍ଜନ ସହିତ ସଂଯୁକ୍ତ କରଛି। ଜିଓ ଏୟାରଫାଇବର ୮୦୦ ରୁ ଅଧିକ ଡିଜିଟାଲ ଟିଭି ଚ୍ୟାନେଲ, ୧୩ ରୁ ଅଧିକ ଓଟିଟି ଆପ୍, ସ୍ମାର୍ଟ ହୋମ୍ ସେବା ଏବଂ ହାଇ ସ୍ପିଡ୍ ବ୍ରଡବ୍ୟାଣ୍ଡ ସହିତ ବିଶ୍ୱ ସ୍ତରୀୟ ସର୍ବଧୁନିକ ଗୃହ ମନୋରଞ୍ଜନ ବା ହୋମ ଏଣ୍ଟରଟେନମେଣ୍ଟ ସେବା ପ୍ରଦାନ କରୁଛି । ଏହାଦ୍ୱାରା ବିବିଧ ପୃଷ୍ଠଭୂମିର ତଥା ବିଭିନ୍ନ ବୟସବର୍ଗର ଏବଂ ବିବିଧ ଭୌଗଳିକ ଅଂଚଳର ଗ୍ରାହକମାନେ ଡିଜିଟାଲ୍ କ୍ରାନ୍ତିର ପ୍ରକୃତ ଲାଭ ପାଇବାକୁ ସକ୍ଷମ ହୋଇଛନ୍ତି, କାରଣ ସେମାନେ ଏବେ ଜିଓ ଏୟାରଫାଇବର ବଳରେ ନିରବଚ୍ଛିନ୍ନ ହାଇ ସ୍ପିଡ୍ ବ୍ରଡବ୍ୟାଣ୍ଡ ଏବଂ ସର୍ବଶ୍ରେଷ୍ଠ ଗୃହ ମନୋରଞ୍ଜନର ଆନନ୍ଦ ନେଇପାରୁଛନ୍ତି ।