ରତ୍ନଭଣ୍ଡାରର ହେବ ଟେକ୍ନିକାଲ ସ୍କାନିଂ

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ବୈଠକରେ ସମୁଦାୟ ୬ଟି ପ୍ରସ୍ତାବ ଉପରେ ଆଲୋଚନା କରାଯାଇଛି । ଭିତର ଓ ବାହାର ରତ୍ନଭଣ୍ଡାର ସ୍ଥାନାନ୍ତରଣ ପ୍ରକ୍ରିୟାକୁ ଅନୁମୋଦନ କରାଯାଇଛି । ଏନେଇ ରାଜ୍ୟ ସରକାରଙ୍କୁ ଅବଗତ କରାଯିବ ଆଲୋଚନା ହୋଇଛି । ଟେକ୍ନିକାଲ ସ୍କାନିଙ୍ଗ ଉପରେ ରାଜ୍ୟ ସରକାଙ୍କ ଦୃଷ୍ଟି ଆକର୍ଷଣ କରାଯିବ । ସେହିପରି ଶ୍ରୀମନ୍ଦିର ଜମିକୁ ଦଲାଲମୁକ୍ତ କରାଯିବ ବୋଲି ମଧ୍ୟ ଆଲୋଚନା ହୋଇଛି । ଯେକୌଣସି ବ୍ୟକ୍ତି ଶ୍ରୀମନ୍ଦିର ଜମି ଉପରେ ଯଦି ଲୋଲୁପ ଦୃଷ୍ଟି ପକାନ୍ତି ତାଙ୍କ ବିରୁଦ୍ଧରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ ।