ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ହୋଇଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢ଼ାଇଛନ୍ତି। ବିଶେଷକରି ଶୁକ୍ରବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର ସେନ୍ସେକ୍ସ ୮୨୦ (୮୧୯.୬୯) ପଏଣ୍ଟ ବଢ଼ି ୭୯,୭୦୬ (୭୯,୭୦୫.୯୧) ଅଙ୍କରେ କାରବାର ବନ୍ଦ ହୋଇଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନ୍ଏସ୍ଇ)ର ନିଫ୍ଟି-୫୦ରେ ମଧ୍ୟ ୨୫୦ (୨୫୦.୫୦) ପଏଣ୍ଟ ବୃଦ୍ଧି ଘଟି ୨୪,୩୬୭ (୨୪,୩୬୭.୫୦) ଅଙ୍କରେ କାରବାର ଶେଷ କରିଥିଲା। ଅପରପକ୍ଷରେ ବିଏସ୍ଇ ସେନ୍ସେକ୍ସର ମିଡ୍କ୍ୟାପ୍ ଓ ସ୍ମଲକ୍ୟାପ୍ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନ୍ଏସ୍ଇ ନିଫ୍ଟି ମିଡକ୍ୟାପ,ସ୍ମଲକ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ମଧ୍ୟ ପରିବର୍ତ୍ତନ ହୋଇଛି।
Trending
- ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ନିଜର ନୂଆ ଯୁବ ବାହିନୀ, ଇପ୍ସିତା ଓ ଚିନ୍ମୟଙ୍କୁ ମିଳିଲା ଗୁରୁଦାୟିତ୍ବ
- ୨୯ ତାରିଖକୁ ସରକାରୀ ଛୁଟି ଘୋଷଣା ,ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି
- ଧର୍ମଶାଳା ପରେ ବଡ଼ଚଣାରେ ବିଜେଡିକୁ ଝଟ୍କା
- ଆମେ ଆମର ନୈତିକ ମୂଲ୍ୟବୋଧର ସ୍ତରକୁ ତଳକୁ ଖସିଯିବାକୁ ଦେବା ଉଚିତ ନୁହେଁ
- ମହିଳା ନିଯୁକ୍ତି ହାର ଦ୍ୱିଗୁଣିତ ହୋଇଛି
- ଖେଲୋ ଇଣ୍ଡିଆ ଜଳ କ୍ରୀଡ଼ା ମହୋତ୍ସବ
- ରାଜ୍ୟ ସରକାରଙ୍କ ପକ୍ଷରୁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ
- ରାଜ୍ୟ କ୍ୟାବିନେଟ ବୈଠକରେ ୪ ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ
- ନବୀନ ନିବାସରେ ରାଜ୍ୟପାଳ ହରିବାବୁ କମ୍ଭମପତି
- ପୁଲିସ୍ ଏସ୍ଆଇଙ୍କୁ ମାଡ଼ିବସିଲା ଭିଜିଲାନ୍ସ
Prev Post
Next Post