ରାଜ୍ୟରେ ଆଳୁ ସଙ୍କଟ ଭିତରେ ଖାଉଟିଙ୍କ ପାଇଁ ଭଲ ଖବର। ୧୦୦ ଟଙ୍କାରେ ମିଳୁଛି ୩ କିଲୋ ଆଳୁ। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ୟ୍ୟାଳୟ ଠାରେ ଭୁବନେଶ୍ୱରର ବିଭିନ୍ନ ଡିଲର ମାନଙ୍କୁ ଆଳୁ ଦେବା ଆରମ୍ଭ ହୋଇଛି। ଏମାନେ ସରକାରୀ ଖୁଚୁରା ବିକ୍ରୟ କେନ୍ଦ୍ର ମାଧ୍ୟମରେ ସାଧାରଣ ଲୋକଙ୍କୁ ଆଳୁ ବିକ୍ରି କରୁଛନ୍ତି। ସରକାରୀ ଖୁଚରା ବିକ୍ରିୟ କେନ୍ଦ୍ରରୁ ଆଳୁ ନେବା ପାଇଁ ଲୋକଙ୍କ ଲମ୍ବା ଲାଇନ୍ ଲାଗିଛି। ଘର ପିଛା ୩ କିଲୋ ଆଳୁ ଦିଆଯାଉଛି। ଦୀର୍ଘ ଦିନ ହେବ ରାଜ୍ୟରେ ଆଳୁ ସଙ୍କଟ ଦେଖିବାକୁ ମିଳିଥିବା ବେଳେ ଆଜିଠାରୁ ସରକାର ଏପରି ପଦକ୍ଷେପ ଗ୍ରହଣ କରିଛନ୍ତି।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ