୨୦୨୪ ନିର୍ବାଚନ ପୂର୍ବରୁ ବିଜେଡି ନେତା ଭି. କେ ପାଣ୍ଡିଆନ ବିଭିନ୍ନ ଜିଲ୍ଲାକୁ ହେଲିକପ୍ଟରରେ ବୁଲୁଥିଲେ । କେବେ ସେ ଅଭିଯୋଗ ଶୁଣୁଥିଲେ ତ କେବେ ନିର୍ବାଚନ ପ୍ରଚାରରେ ଯାଉଥିଲେ । ତେବେ ଏହାକୁ ଏବେ ନୂଆ ସରକାର ତଦନ୍ତ ପରିସରକୁ ଆଣିଛନ୍ତି । ରାଜ୍ୟରେ ବିଜେପି ସରକାର ଆକ୍ସନ ମୋଡକୁ ଆସି ଏହାର ତଦନ୍ତ କରିବାକୁ କହିଛନ୍ତି । ଏନେଇ ରାଜ୍ୟ ପୂର୍ତ୍ତ ଓ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି କି ପାଣ୍ଡିଆନଙ୍କ ହେଲିକପ୍ଟର ଗସ୍ତ ଖର୍ଚ୍ଚ କିଏ ବହନ କରିଥିଲା, ତାର ସ୍ପଷ୍ଟତା ଆସିବା ଦରକାର। ତେଣୁ ତଦନ୍ତ ହେବା ଆବଶ୍ୟକତା ରହିଛି। ତାଙ୍କ ହେଲିପ୍ୟାଡ଼ ନିର୍ମାଣ ପାଇଁ ସରକାରଙ୍କ ପକ୍ଷରୁ ନିର୍ଦେଶ ଯାଉଥିଲା ଏବଂ ସରକାରୀ ଖର୍ଚ୍ଚରେ ହେଲିପ୍ୟାଡ଼ ନିର୍ମାଣ କରାଯାଉଥିଲା । ପାଣ୍ଡିଆନ ପାଖାପାଖି ୪୦୦ ରୁ ୪୫୦ ଜାଗା ବୁଲିଛନ୍ତି। ହେଲିପ୍ୟାଡ ନିର୍ମାଣ ଲାଗି ରାଜ୍ୟ ରାଜକୋଷରୁ ଖର୍ଚ୍ଚ ହୋଇଛି, ସେ ବାବଦରେ ତଦନ୍ତ ପ୍ରକ୍ରିୟା ଆରମ୍ଭ ହେବ। କିଏ ନିର୍ଦେଶ ଦେଇଥିଲା ଏବଂ କେମିତି ନିର୍ଦେଶ ଦେଇଥିଲା।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post