୨୦୨୪ ନିର୍ବାଚନ ପୂର୍ବରୁ ବିଜେଡି ନେତା ଭି. କେ ପାଣ୍ଡିଆନ ବିଭିନ୍ନ ଜିଲ୍ଲାକୁ ହେଲିକପ୍ଟରରେ ବୁଲୁଥିଲେ । କେବେ ସେ ଅଭିଯୋଗ ଶୁଣୁଥିଲେ ତ କେବେ ନିର୍ବାଚନ ପ୍ରଚାରରେ ଯାଉଥିଲେ । ତେବେ ଏହାକୁ ଏବେ ନୂଆ ସରକାର ତଦନ୍ତ ପରିସରକୁ ଆଣିଛନ୍ତି । ରାଜ୍ୟରେ ବିଜେପି ସରକାର ଆକ୍ସନ ମୋଡକୁ ଆସି ଏହାର ତଦନ୍ତ କରିବାକୁ କହିଛନ୍ତି । ଏନେଇ ରାଜ୍ୟ ପୂର୍ତ୍ତ ଓ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି କି ପାଣ୍ଡିଆନଙ୍କ ହେଲିକପ୍ଟର ଗସ୍ତ ଖର୍ଚ୍ଚ କିଏ ବହନ କରିଥିଲା, ତାର ସ୍ପଷ୍ଟତା ଆସିବା ଦରକାର। ତେଣୁ ତଦନ୍ତ ହେବା ଆବଶ୍ୟକତା ରହିଛି। ତାଙ୍କ ହେଲିପ୍ୟାଡ଼ ନିର୍ମାଣ ପାଇଁ ସରକାରଙ୍କ ପକ୍ଷରୁ ନିର୍ଦେଶ ଯାଉଥିଲା ଏବଂ ସରକାରୀ ଖର୍ଚ୍ଚରେ ହେଲିପ୍ୟାଡ଼ ନିର୍ମାଣ କରାଯାଉଥିଲା । ପାଣ୍ଡିଆନ ପାଖାପାଖି ୪୦୦ ରୁ ୪୫୦ ଜାଗା ବୁଲିଛନ୍ତି। ହେଲିପ୍ୟାଡ ନିର୍ମାଣ ଲାଗି ରାଜ୍ୟ ରାଜକୋଷରୁ ଖର୍ଚ୍ଚ ହୋଇଛି, ସେ ବାବଦରେ ତଦନ୍ତ ପ୍ରକ୍ରିୟା ଆରମ୍ଭ ହେବ। କିଏ ନିର୍ଦେଶ ଦେଇଥିଲା ଏବଂ କେମିତି ନିର୍ଦେଶ ଦେଇଥିଲା।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Prev Post
Next Post