ଆସନ୍ତା ୨ଦିନ ପର୍ଯ୍ୟନ୍ତ କେତେକ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୨ ଦିନ ପରେ କେତେକ ଅଞ୍ଚଳରେ ବର୍ଷାର ପରିମାଣ କମିପାରେ। ମାଲକାନଗିରି, କୋରାପୁଟ, ରାୟଗଡ଼ା, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଆଦି ୭ ଜିଲାରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ଉକ୍ତ ଜିଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ବୁଧବାର ଉତ୍ତର ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ଦେବଗଡ଼ ଆଦି ଜିଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।
Trending
- ଗୁରୁବାର ପାଇଁ ମାଡ଼ ଖାଇଛି ଛାଡ଼ଖାଇ
- ଆଜି ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ,୧୩୧୪ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା କରୁଛନ୍ତି ୩କୋଟି ୭୫ଲକ୍ଷ ଭୋଟର
- ବାଲିଯାତ୍ରା ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବଙ୍କ ଦୁଃସାହସିକ ମନୋବଳର ପ୍ରତୀକ
- ବେଦାନ୍ତ ଆଲୁମିନିୟମ୍ ଝାରସୁଗୁଡାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ – ଓଡିଶା ୨୦୨୫’ ଅଧିବେଶନର ଆୟୋଜିତ
- ଅଙ୍ଗନବାଡ଼ି ଚଣା ଓ ମୁଢ଼ି ଯୋଗାଣରେ ଅନିୟମିତତା ଅଭିଯୋଗ
- ଜାନୁଆରି ୧ ରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି
- ଆୟକର ଫାଙ୍କି ନେଇ ଉତ୍କଳ ବିଲ୍ଡର୍ସରେ ଚଢ଼ଉ
- ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା
- ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ରାଜ୍ୟର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ
- ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ
Prev Post
Next Post