ଆଜିଠୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୩ ଦିନିଆ ବିଦେଶଗସ୍ତ କରିବେ । ପ୍ରଧାନମନ୍ତ୍ରୀ ୨୧-୨୨ ତାରିଖରେ ପୋଲାଣ୍ଡ ଯାତ୍ରା କରିବାର କାର୍ଯ୍ୟକ୍ରମ ରହିଛି । ଏହାପରେ ୨୩ ତାରିଖରେ ସେ ୟୁକ୍ରେନର ରାଜଧାନୀ କିବ ଗସ୍ତ କରିବେ । କହିରଖୁ, ୪୫ ବର୍ଷ ପରେ କୌଣସି ଭାରତୀୟ ପ୍ରଧାନମନ୍ତ୍ରୀ ପୋଲାଣ୍ଡ ଗସ୍ତରେ ଯାଉଛନ୍ତି । ଏହାପୂର୍ବରୁ ପୂର୍ବତନ ପ୍ରଧାନମନ୍ତ୍ରୀ ମୋରାରଜୀ ଦେଶାଇ ପୋଲାଣ୍ଡ ଗସ୍ତରେ ଯାଇଥିଲେ । ସେ ୧୯୭୯ ମସିହାରେ ଏହି ଦେଶ ଗସ୍ତ କରିଥିଲେ । ଏହାବାଦ ୟୁକ୍ରେନ ଇତିହାସରେ ମଧ୍ୟ ପ୍ରଥମଥର ପାଇଁ କୌଣସି ଭାରତୀୟ ପ୍ରଧାନମନ୍ତ୍ରୀ ପ୍ରଥମଥର ପାଇଁ କିବ ଗସ୍ତ କରୁଛନ୍ତି ।ପ୍ରଧାନମନ୍ତ୍ରୀଙ୍କ ଏହି ବିଦେଶ ଗସ୍ତ ଏମିତି ସମୟରେ ହେଉଛି ଯେଉଁ ସମୟରେ ଋଷ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଛି । ସମାପ୍ତ ହୋଇନି । ଫଳରେ ପ୍ରଧାନମନ୍ତ୍ରୀଙ୍କ ଉପରେ ସମସ୍ତଙ୍କ ନଜର ରହିଛି । ପ୍ରକାଶଥାଉ ଯେ, ଗତ ଜୁଲାଇ ମାସରେ ମୋଦୀ ଋଷ ଗସ୍ତ କରିଥିଲେ । ପ୍ରଧାନମନ୍ତ୍ରୀଙ୍କ ଏହି ଗସ୍ତ ପାଇଁ ପୋଲାଣ୍ଡରେ ଥିବା ଭାରତୀୟ ସମ୍ପ୍ରଦାୟଙ୍କ ମଧ୍ୟରେ ବେଶ୍ ଉତ୍ସୁକତା ରହିଛି । ସେମାନେ ପ୍ରଧାନମନ୍ତ୍ରୀଙ୍କୁ ଦେଖିବା ପାଇଁ ଅପେକ୍ଷା କରି ରହିଛନ୍ତି । ସେଠାକାର ଜଣେ ପ୍ରଶଂସକ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ମୋଦୀଙ୍କୁ ଅନୁରୋଧ କରି କହିଛନ୍ତି ଯେ, ଭାରତ ଓ ୟୁରୋପ ମଧ୍ୟରେ ସମ୍ପର୍କ ଆହୁରି ମଜବୁତ ହେଉ ।
Trending
- ଆସନ୍ତାକାଲି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର
- ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ
- ଶୁଭମନ ଗିଲଙ୍କ ଉପରେ ଲାଗିଲା ଜୋରିମାନା
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
- ଆଜି ଓଡିଶା ଆସିବେ ପି.କେ. ମିଶ୍ର
- ସ୍ମାର୍ଟ ସିଟି ଓ ଟ୍ଵିନ୍ ସିଟିରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା
- ନରେନ୍ଦ୍ର ମୋଦୀଙ୍କୁ ଭେଟି ୱାକଫ ସଂଶୋଧନ ଆଇନ ପାଇଁ ଧନ୍ୟବାଦ ଜଣାଇଛନ୍ତି ଦାଉଦୀ ବୋହରା ସମ୍ପ୍ରଦାୟର ଲୋକମାନେ
- କେନ୍ଦ୍ର ସରକାରଙ୍କ ଉଦ୍ୟମରେ ଆଜି ଓଡ଼ିଶାକୁ ୪୦୦୦ କୋଟି ଟଙ୍କାରୁ ଊର୍ଦ୍ଧ୍ବର ପ୍ରକଳ୍ପ ଭେଟି ମିଳିଛି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
Prev Post
Next Post