ରାଜ୍ୟରେ ଜାରି ରହିଛି ବର୍ଷା। ଆଜି ଓ ଆସନ୍ତାକାଲି ୨ ଦିନ ପାଇଁ କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ। ପ୍ରବଳ ବର୍ଷା ନେଇ ଆଜି ପାଇଁ ୫ଟି ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ବିଜୁଳି ଘଡ଼ଘଡ଼ି ଚିନ୍ତାର କାରଣ ପାଲଟିଛି। ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼ ଏବଂ କେନ୍ଦୁଝର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଦୁଇ ଦିନ ଭିତରେ ରାଜ୍ୟରେ ବଜ୍ରପାତରେ ଗଲାଣି ୧୬ ଜୀବନ। ଶନିବାର ୧୦ ଜଣ ଏବଂ ଗତକାଲି ୬ ଜଣଙ୍କ ଜୀବନ ଯାଇଛି ବଜ୍ରପାତ। ବିଶେଷ କରି ଚାଷ ଜମିରେ କାମ କରୁଥିବା ବେଳେ ଅଧିକାଂଶ ବଜ୍ରାଘାତର ଶିକାର ହେଉଛନ୍ତି। ଏଥିଲାଗି ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।
Trending
- ମେଟ୍ରୋରେ କୌଣସି ପ୍ରକାରର ଶବ୍ଦ କଲେ ୫୦୦ ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡ଼ିପାରେ
- ଟ୍ରିବ୍ୟୁନାଲରେ ମହାନଦୀ ଜଳ ବିବାଦ ଶୁଣାଣି,ପରବର୍ତ୍ତୀ ଶୁଣାଣି ମେ’ ୨ ତାରିଖରେ
- ଜମ୍ମୁରେ ଭୟଙ୍କର ସଡ଼କ ଦୁର୍ଘଟଣା,ଲିଭିଲା ୨୧ ଜଣଙ୍କ ଜୀବନ
- ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
Prev Post
Next Post