ଗଞ୍ଜାମ ସମରଝୋଳ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସମବେଦନା ସହ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏଁ ଏବଂ ଗୁରୁତର ଆହତଙ୍କୁ ୧ଲକ୍ଷ ଲେଖାଏଁ ସହାୟତା ରାଶି ଦେବାକୁ ନିର୍ଦେଶ ଦେଇଛନ୍ତି। ଏପରିକି ଆହତଙ୍କ ଚିକିତ୍ସା ସମ୍ପୂର୍ଣ୍ଣ ମାଗଣା କରିବାକୁ ନିର୍ଦେଶ ଦେଇଛନ୍ତି। ତେବେ ଆଜି ସକାଳେ ବ୍ରହ୍ମପୁର ସମରଝୋଳ ଛକ ନିକଟରେ ଏକ ଯାତ୍ରୀବାହୀ ବସକୁ ଟ୍ୟାଙ୍କର ଧକ୍କା ଦେଇଥିଲା। କଣ୍ଟେନରଟି ଟ୍ରକ କୁ ଓଭରଟେକ କରୁଥିବା ବେଳେ ସାମନା ପଟୁ ଭବାନୀପାଟଣା ରୁ ବ୍ରହ୍ମପୁର ଅଭିମୁଖେ ଆସୁଥିବା ଖମ୍ବେଶ୍ୱରୀ ନାମକ ଯାତ୍ରୀବାହୀ ବସ୍ ସହିତ ମୁହାଁ ମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣା ପରେ ବସଟି ରାସ୍ତାକଡ ଚା ଦୋକାନକୁ ମାଡିଯାଇଥିଲା। ଫଳରେ ଚା ପିଉଥିବାବେଳେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଆଉ ଦୁଇ ମୃତକ ବସ୍ର ଯାତ୍ରୀ ହୋଇଥିବା ସୂଚନା ମିଳିଛି। ଦୁର୍ଘଟଣାରେ ୨୦ରୁ ଅଧିକ ଆହତ ହୋଇଛନ୍ତି। ସମସ୍ତଙ୍କୁ ଗୁରୁତର ଅବସ୍ଥାରେ ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି।
Trending
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
Prev Post
Next Post