୪ଦିନ ଯାଏଁ ରାଜ୍ୟରେ ବର୍ଷା

ଆଜିଠାରୁ ୪ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ଅନୁସାରେ, ଆସନ୍ତା ୨୪ ତାରିଖରେ ରାଜ୍ୟରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ବାଲେଶ୍ୱର,ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଉପରେ ଏହି ଘୂର୍ଣ୍ଣିବଳୟ ରହିବ। ଏହା ପ୍ରଭାବରେ ଆଜିଠାରୁ ଉତ୍ତର ଓଡ଼ିଶାରେ ବର୍ଷା ହେବ। ଆଜି ୧୫ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲା ଗୁଡିକ ହେଲା, ବରଗଡ,ବଲାଙ୍ଗୀର, ନୂଆପଡା, ଜଗତସିଂହପୁର, କେନ୍ଦ୍ରାପଡା, କେନ୍ଦୁଝର,ମୟୂରଭଂଜ, ବାଲେଶ୍ବର, ଭଦ୍ରକ, କଟକ, ଖୋର୍ଦ୍ଧା, ପୁରୀ, ଯାଜପୁର,ସୁନ୍ଦରଗଡ ଓ ଝାରସୁଗୁଡା।