ଭୁବନେଶ୍ବର: ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟ କ୍ୟାମ୍ପସରେ ଚଳିତବର୍ଷ ନିର୍ବାଚନ ନ କରିବାକୁ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ପରେ ଛାତ୍ର ସଙ୍ଗଠନ ପ୍ରତିବାଦ ଆରମ୍ଭ କରିଛନ୍ତି। ଛାତ୍ର କଂଗ୍ରେସ ପରେ ଆଜି ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି) ନିର୍ବାଚନ ଦାବିରେ ଉତ୍କଳ ବିଶ୍ୱବିଦ୍ୟାଳୟ ଓ କମଳା ନେହେରୁ ମହିଳା ମହାବିଦ୍ୟାଳୟରୁ ଦସ୍ତଖତ ଅଭିଯାନ ହୋଇଛି। ଶୁକ୍ରବାର ସଂଗଠନ ରାଜ୍ୟର ଅନ୍ୟାନ୍ୟ କ୍ୟାମ୍ପସରେ ଅନୁରୂପ ପଦକ୍ଷେପ ନେବ। ସଙ୍ଗଠନ ପକ୍ଷରୁ କୁହାଯାଇଛି ଯେ ନେତୃତ୍ବ ବିକାଶର ଏନ୍ତୁଡିଶାଳ ପାଲଟିଥିବା ଉଚ୍ଚ ଶିକ୍ଷାନୁଷ୍ଠାନରେ ଛାତ୍ର ସଂସଦ ନିର୍ବାଚନର ଆବଶ୍ୟକତା ରହିଛି। ଏହା ଦ୍ବାରା କଲେଜର ସାଧାରଣ ସମସ୍ୟା ସାମ୍ନାକୁ ଆସେ। ତାହାର ସମାଧାନ ମଧ୍ୟ ହୁଏ। ଛାତ୍ରଛାତ୍ରୀ ସେମାନଙ୍କ ଅଧିକାର ସାବ୍ୟସ୍ତ କରିବାକୁ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ରାଜ୍ୟ ସରକାର ଏଦିଗରେ ତୁରନ୍ତ ପଦକ୍ଷେପ ଗ୍ରହଣ କରନ୍ତୁ।ପୂର୍ବ ସରକାର ସମୟରେ ଛାତ୍ର ସଂସଦ ନିର୍ବାଚନ କରିବା ଦାବିରେ ସେମାନେ ଆନ୍ଦୋଳନ କରୁଥିଲା। ଏବେ ରାଜ୍ୟରେ ବିଜେପି ସରକାର। ହେଲେ ସେମାନଙ୍କ ଦାବି ପ୍ରେସ ବିଜ୍ଞପ୍ତିରେ ସୀମିତ ରହିଛି। ନିର୍ବାଚନ କରିବାକୁ ରାଜ୍ୟ ସରକାରଙ୍କ ପାଖରେ ଯଥେଷ୍ଟ ସମୟ ରହିଛି। ଉଚ୍ଚଶିକ୍ଷା ମନ୍ତ୍ରୀ ଏସମ୍ପର୍କରେ ସ୍ପଷ୍ଟୀକରଣ ଦେବା ଆବଶ୍ୟକ। ନଚେତ୍ ବିଜୁ ଛାତ୍ର ଜନତା ଦଳ ସରକାର ଓ ବିଭାଗୀୟ ମନ୍ତ୍ରୀଙ୍କ ବିରୋଧରେ ଦୃଢ ପଦକ୍ଷେପ ଗ୍ରହଣ କରିବ। ତୁରନ୍ତ ପ୍ରତ୍ୟକ୍ଷ ଛାତ୍ର ସଂସଦ ନିର୍ବାଚନ ଘୋଷଣା କରିବାକୁ ଅଲ୍ ଇଣ୍ଡିଆ ଡେମୋକ୍ରେଟିକ୍ ଷ୍ଟୁଡେଣ୍ଟସ୍ ଅର୍ଗାନାଇଜେସନ(ଏଆଇଡିଏସ୍ଓ) ଦାବି କରିଛି। ସଙ୍ଗଠନର ରାଜ୍ୟ ସଭାପତି ସୋମନାଥ ବେହେରା ଓ ସମ୍ପାଦକ ସିଦ୍ଧାର୍ଥ ରଥ କହିଛନ୍ତି, ନିର୍ବାଚନ ନେଇ ରାଜ୍ୟ ସରକାର ସ୍ପଷ୍ଟ ମତ ରଖୁନାହାନ୍ତି।
Trending
- ଦିଲ୍ଲୀରେ ‘କକ୍ରୋଚ୍’ ପାର୍ଟିର ଆନ୍ଦୋଳନ,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି
- କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
- ଆଇଡବ୍ଲୁଟି କୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି ଭାରତ, ଯେଉଁ ପର୍ଯ୍ୟନ୍ତ ପାକିସ୍ତାନ ଆତଙ୍କବାଦକୁ ବନ୍ଦ ନ କରିଛି ସେ ପର୍ଯ୍ୟନ୍ତ ଏହି ସନ୍ଧି ସ୍ଥଗିତ ରହିବ
- ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାର ତଦନ୍ତ ସାରି ଦିଲ୍ଲୀ ଫେରିଲା NHRC ଟିମ୍ ,ADG ଦୟାଲ ଗଙ୍ଗୱାରଙ୍କ ସମେତ ଅନ୍ୟ ସମସ୍ତଙ୍କୁ ପଚରାଉଚରା ହୋଇଛି
- ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ,ନୀଳାଦ୍ରି ବିଜେ ପରେ ଗଣତି ମଣତି କାର୍ଯ୍ୟ ହେବ
- ଖାନ ସାରଙ୍କ ବିରୋଧରେ ହତ୍ୟା ଉଦ୍ୟମ ଏବଂ ଅସ୍ତ୍ରଶସ୍ତ୍ର ଆଇନ ଉଲ୍ଲଙ୍ଘନ ଅନୁଯାୟୀ ଏକ ମାମଲା ରୁଜୁ
- ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ଦେବାଶିଷ ସାମନ୍ତରାୟ
- କନଷ୍ଟେବଳ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣା: ଆଜି NHRC ତଦନ୍ତର ଶେଷ ଦିନ