ଟେଲିକମ୍ କମ୍ପାନୀ ‘ରିଲାଏନ୍ସ ଜିଓ’ ଓଡ଼ିଶାର ସର୍ବାଧିକ ପସନ୍ଦର ଡିଜିଟାଲ ସେବା ପ୍ରଦାନକାରୀ ଭାବେ ଉଭା ହୋଇଛି। ଏପରିକି ରାଜ୍ୟରେ ଜିଓ ତା’ର ୧ ନମ୍ବର ସ୍ଥାନକୁ ଆହୁରି ସୁଦୃଢ଼ କରିଛି। ଉଲ୍ଲେଖଯୋଗ୍ୟ, ଟେଲିକମ୍ ରେଗୁଲେଟୋରି ଅଥରିଟି ଅଫ୍ ଇଣ୍ଡିଆ(ଟ୍ରାଇ) ଦ୍ୱାରା ପ୍ରକାଶିତ ସର୍ବଶେଷ ଟେଲିକମ୍ ଗ୍ରାହକ ତଥ୍ୟ ଅନୁଯାୟୀ ରିଲାଏନ୍ସ ଜିଓ ୨୦୨୪ ଜୁନ୍ ଶେଷ ସୁଦ୍ଧା ଓଡ଼ିଶାରେ ସର୍ବାଧିକ ୨.୭୨ ଲକ୍ଷ ନୂତନ ମୋବାଇଲ ଗ୍ରାହକ ଯୋଡ଼ିଥିବାବେଳେ ଜିଓ ନେଟ୍ୱର୍କରେ ମୋଟ ମୋବାଇଲ ଗ୍ରାହକଙ୍କ ସଂଖ୍ୟା ୧.୫୭ କୋଟି ଅତିକ୍ରମ କରିଛି। ସେହିଭଳି ଟ୍ରାଇ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ୨୦୨୪ ଜୁନ୍ ଶେଷ ସୁଦ୍ଧା ରାଜ୍ୟରେ ଟେଲିକମ୍ ଶିଳ୍ପର ମୋଟ ମୋବାଇଲ ଗ୍ରାହକ ସଂଖ୍ୟା ୨.୯୭ ଲକ୍ଷ ବୃଦ୍ଧି ସହ ଓଡ଼ିଶାର ମୋଟ ମୋବାଇଲ ଗ୍ରାହକଙ୍କ ସଂଖ୍ୟା ୩.୪୨ କୋଟିରେ ପହଞ୍ଚତ୍ଛି। ଏହି ସମୟ ମଧ୍ୟରେ ଉଭୟ ବିଏସ୍ଏନ୍ଏଲ୍ ଏବଂ ଭୋଡାଫୋନ-ଆଇଡିଆ ବହୁ ହଜାର ଗ୍ରାହକ ହରାଇଥିବା ଟ୍ରାଇ ତଥ୍ୟରୁ ଜଣାପଡିଛି।
ଟ୍ରାଇ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ଓୟାରଲାଇନ୍ ସେଗ୍ମେଣ୍ଟରେ ମଧ୍ୟ ଜିଓ ଓଡ଼ିଶାରେ ତା’ର ୧ ନମ୍ବର ସ୍ଥାନକୁ ଆହୁରି ସୁଦୃଢ଼ କରିବା ସହ ୩ଲକ୍ଷ ଓୟାରଲାଇନ୍ ଗ୍ରାହକର ମାଇଲଖୁଣ୍ଟ ଅତିକ୍ରମ କରିବାରେ ସକ୍ଷମ ହେବା ସହ ରାଜ୍ୟର ପ୍ରଥମ ତଥା ଏକମାତ୍ର ସେବା ପ୍ରଦାନକାରୀ ଭାବେ ଉଭା ହୋଇଛି। ଓଡ଼ିଶାରେ ଡିଜିଟାଲ୍ ଅନ୍ତର୍ଭୁକ୍ତୀକରଣକୁ ଆଗକୁ ବଢ଼ାଇ ରିଲାଏନ୍ସ ଜିଓ ତା’ର ଦ୍ରୁତଗତିରେ ସମ୍ପ୍ରସାରିତ ହେଉଥିବା ଜିଓ ଫାଇବର ଏବଂ ଜିଓ ଏୟାରଫାଇବର ସେବା ମାଧ୍ୟମରେ ହାଇ ସ୍ପିଡ୍ ବ୍ରଡ୍ବ୍ୟାଣ୍ଡ ଏବଂ ବିଶ୍ୱସ୍ତରୀୟ ଗୃହ ମନୋରଞ୍ଜନ ବା ହୋମ୍ ଏଣ୍ଟରଟେନ୍ମେଣ୍ଟ ସହ ରାଜ୍ୟର ୩ ଲକ୍ଷରୁ ଅଧିକ ଘର ଓ ପରିସରକୁ ସଂଯୋଗ କରିଛି।
Trending
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ
- ଯୁଦ୍ଧ ସମୟରେ ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ କଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି, ମୋଦୀ ଜଣାଇଲେ ଶୁଭେଚ୍ଛା
- ଆନ୍ଦୋଳନକାରୀଙ୍କ ବାପାଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜ ଗିରଫ
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ
- ମଣିଷ ଗଢ଼ୁଥିବା ଗୁରୁଙ୍କୁ ସମ୍ମାନର ଦିନ , ଗୁରୁ ଦିବସ ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ
Prev Post