ଅମୃତଭଣ୍ଡାରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ତେବେ ଏହାର ଭଲ ଗୁଣ ତାଲିକାରେ ଆଉ ଏକ କଥାକୁ ନିକଟରେ ଯୋଡ଼ାଯାଇଛି। ଏହାକୁ ଖାଇବା ଦ୍ୱାରା ହାର୍ଟ ବା ହୃତ୍ପିଣ୍ଡ ସୁସ୍ଥ ରହିବା ସହ ଠିକ୍ ଭାବରେ କାର୍ଯ୍ୟ କରିଥାଏ। ବର୍ତ୍ତମାନ ମେଦବହୁଳତା ବା ଓଜନ ବୃଦ୍ଧି ଏକ ସାଧାରଣ ସମସ୍ୟାରେ ପରିଣତ ହୋଇଗଲାଣି। ଅମୃତଭଣ୍ଡାରେ ପପେନ୍ ନାମକ ତତ୍ତ୍ୱ ରହିଛି, ଯାହା ଓଜନକୁ ନିୟନ୍ତ୍ରଣରେ ରଖିବାରେ ସାହାଯ୍ୟ କରିଥାଏ। ଏତଦ୍ବ୍ୟତୀତ ଏଥିରେ ଜଳୀୟ ଅଂଶ ମଧ୍ୟ ଭରି ରହିଛି। ସବୁଠାରୁ ଖାସ୍ କଥା ହେଲା, ସବୁବେଳେ ଅମୃତଭଣ୍ଡା ଖାଇଲେ ତାହାର ସୁପ୍ରଭାବ ପାଚନ କ୍ରିୟା ଉପରେ ପଡ଼ିଥାଏ। ଏଥିରେ ମଧ୍ୟ ଆଣ୍ଟିଅକ୍ସିଡାଣ୍ଟ ଗୁଣ ଭରି ରହିଛି। କାଲିଫର୍ନିଆ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞଙ୍କ ଦ୍ୱାରା ହୋଇଥିବା ଏକ ଗବେଷଣାରୁ ଜଣାପଡ଼ିଛି ଯେ ଏହା କୋଷ (ସେଲ୍)କୁ କ୍ୟାନ୍ସରଠାରୁ କେତେକାଂଶରେ ଦୂରେଇ ରଖିଥାଏ।
Trending
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
- ଚଳିତମାସ ୧୭ରୁ ଦେଶରେ ପ୍ରଥମ ଥର ବନ୍ଦେ ଭାରତ ସ୍ଲିପର ଟ୍ରେନ୍ର ଚଳାଚଳ ଆରମ୍ଭ
- ଷ୍ଟେସନରେ ଲାଗିଲା ନିଆଁ , ଷ୍ଟେସନ ମାଷ୍ଟର, ଡିଟିସି ଚାମ୍ବରରୁ ନେଇ ଟିକେଟ କାଉଣ୍ଟର ଓ ରେଲୱେ ଲାଇନ କ୍ଷତିଗ୍ରସ୍ତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଜର୍ମାନ ଚାନସେଲର ଫ୍ରେଡ୍ରିଚ୍ ମର୍ଜ ଙ୍କ ଦ୍ୱିପାକ୍ଷିକ ଆଲୋଚନା
Prev Post
Next Post